Biblia Todo Logo
Bib sou entènèt

- Piblisite -




୨ ତୀମଥି 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ଈଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ଈଶ୍ଵରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ସାକ୍ଷାତରେ, ପୁଣି ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଜ୍ଞା ଦେଉଅଛି,

Gade chapit la Kopi

ଓଡିଆ ବାଇବେଲ

1 ମୁଁ ଈଶ୍ୱରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଈଶ୍ୱରଙ୍କ ସମ୍ମୁଖରେ ଓ ସମସ୍ତ ଜୀବିତ ଓ ମୃତ ଲୋକମାନଙ୍କ ବିଚାର କରିବାକୁ ଓ ରାଜତ୍ୱ କରିବାକୁ ଆସୁଥିବା ଖ୍ରୀଷ୍ଟ ଯୀଶୁଙ୍କ ଉପସ୍ଥିତିରେ, ତାଙ୍କ ରାଜ୍ୟର ଶୁଭ ବାର୍ତ୍ତା ପ୍ରଚାର କରିବା ପାଇଁ ମୁଁ ତୁମକୁ ଏହି ଦୃଢ଼ ଆହ୍ୱାନ ଦେଉଛି:

Gade chapit la Kopi

ପବିତ୍ର ବାଇବଲ

1 ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଗ୍ଭର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ୟ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।

Gade chapit la Kopi




୨ ତୀମଥି 4:1
35 Referans Kwoze  

ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ବର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ।


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ।


ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।


ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।


ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି।


ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।


ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।


କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।


ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ।


ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।


କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।


ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।


ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।


ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ।


ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।


ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।


ଏଣୁ ସେ କହିଲେ, “ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ।


“ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ। ହଁ, ସେହିପରି ହେଉ, ଆମେନ୍‍।”


ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ବରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;


ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।


ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା]


କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;


ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।


Swiv nou:

Piblisite


Piblisite