Biblia Todo Logo
Bib sou entènèt

- Piblisite -




୨ ତୀମଥି 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହ୍ୟ କରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ଅଭିଳାଷାନୁସାରେ ଆପଣାମାନଙ୍କ ନିମନ୍ତେ ବହୁସଂଖ୍ୟକ ଶିକ୍ଷକଙ୍କୁ ସଂଗ୍ରହ କରିବେ,

Gade chapit la Kopi

ଓଡିଆ ବାଇବେଲ

3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଦିନ ଆସିବ, ଯେତେବେଳେ ଲୋକେ ସତ୍ଶିକ୍ଷାକୁ କର୍ଣ୍ଣପାତ କରିବେ ନାହିଁ - ସେମାନେ କେବଳ ନିଜ ନିଜର ଅଭିଳାଷ ଚରିତାର୍ଥ କରିବା ପାଇଁ ଲାଳାୟିତ ହେବେ ଏବଂ ଏ ଦିଗରେ ସେମାନଙ୍କୁ ସମର୍ଥନ କରୁଥିବା ଭଣ୍ଡ ଶିକ୍ଷକମାନଙ୍କୁ ସେମାନେ ସ୍ୱାଗତ କରିବେ।

Gade chapit la Kopi

ପବିତ୍ର ବାଇବଲ

3 ସମୟ ଆସୁଛି, ଯେତେବେଳେ ଲୋକେ ସ‌ତ୍‌‌ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନିଜ ମନ ପସନ୍ଦ ଶିକ୍ଷା ସେମାନଙ୍କଠାରୁ ସଂଗ୍ରହ କରିବେ, ଯେଉଁମାନେ ସେମାନଙ୍କୁ ସନ୍ତୁଷ୍ଟ କଲାଭଳି କଥା କହିବେ।

Gade chapit la Kopi




୨ ତୀମଥି 4:3
33 Referans Kwoze  

ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;


ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟ କହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି?


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ।


ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।


କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ।


ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍‍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍‍ର ଭବିଷ୍ୟଦ୍‍ବକ୍ତା ଚାରି ଶହ ପଚାଶ ଜଣ ଅଛନ୍ତି।


ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିଥିଲି, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।


ଆଥିନୀ ସହରର ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।


ସେ ସେମାନଙ୍କୁ କହିଲେ, “ଏହି ବିଶ୍ରାମ, ତୁମ୍ଭେମାନେ କ୍ଳାନ୍ତ ଲୋକମାନଙ୍କୁ ବିଶ୍ରାମ ଦିଅନ୍ତି, ପୁଣି, ଏହି ତ ଆରାମ,” ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ।


ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,


ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।


ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”


ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା।


ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


ମୋʼଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ।


ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।


Swiv nou:

Piblisite


Piblisite