Biblia Todo Logo
Bib sou entènèt

- Piblisite -




୨ ତୀମଥି 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଳେଶ ସହ୍ୟ କର, ସୁସମାଚାର ପ୍ରଚାରକର କାର୍ଯ୍ୟସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସମ୍ପନ୍ନ କର।

Gade chapit la Kopi

ଓଡିଆ ବାଇବେଲ

5 କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର |

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 କିନ୍ତୁ ତୁମେ ସବୁ ପରିସ୍ଥିତିରେ ନିଜକୁ ସଂଯତ କରି ରଖ; ଶୁଭ ବାର୍ତ୍ତାର ପ୍ରଚାରକ ଓ ଈଶ୍ୱରଙ୍କ ବିଶ୍ୱସ୍ତ ସେବକ ରୂପେ ତୁମେ ଦୁଃଖଭୋଗ କରିବାକୁ ପ୍ରସ୍ତୁତ ରୁହ।

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂଯମ କର। କ୍ଳେଶ ଆସିଲେ ସେଗୁଡ଼ିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ୱରଙ୍କ ଜଣେ ସେବକ ଭାବରେ ସମସ୍ତ କର୍ତ୍ତବ୍ୟ କରୁଥାଅ।

Gade chapit la Kopi




୨ ତୀମଥି 4:5
28 Referans Kwoze  

ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ବରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;


ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।


ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର।


ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ।


ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।


ପରଦିନ ଆମ୍ଭେମାନେ କାଇସରିୟାକୁ ପ୍ରସ୍ଥାନ କଲୁ। ଆଉ ସାତ ଜଣଙ୍କ ମଧ୍ୟରେ ଅନ୍ତର୍ଗତ, ସୁସମାଚାର ପ୍ରଚାରକ ଫିଲିପ୍ପଙ୍କ ଗୃହରେ ପ୍ରବେଶ କରି ତାହାଙ୍କ ସାଙ୍ଗରେ ରହିଲୁ।


ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।


ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା।


ଜାଗ୍ରତ ହୁଅ, ପୁଣି, ମୃତ୍ୟୁ ନିମନ୍ତେ ପ୍ରସ୍ତୁତ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ବରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ।


ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,


ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।


ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।


ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।


ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ‘ଜାଗ୍ରତ ଥାଅ।’”


ଈଶ୍ବର ମୋତେ ଯେଉଁ ଭଣ୍ଡାରଘରିଆ ପଦ ତୁମ୍ଭମାନଙ୍କ ନିମନ୍ତେ ଦେଇଅଛନ୍ତି, ତଦନୁସାରେ ମୁଁ ସେହି ମଣ୍ଡଳୀର ଜଣେ ସେବକ ହୋଇଅଛି, ଯେପରି ମୁଁ ଈଶ୍ବରଙ୍କ ବାକ୍ୟ ସମ୍ପୂର୍ଣ୍ଣ ରୂପେ ପ୍ରଚାର କରେ।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ୍ଗ ଆଣିଲେ, ସେ ଦେଶର ଲୋକମାନେ ଯଦି ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;


“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’


ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।


ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।


ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;


ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା।


Swiv nou:

Piblisite


Piblisite