Biblia Todo Logo
Bib sou entènèt

- Piblisite -




୩ ଯୋହନ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ତଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହିସମସ୍ତ କୃତ କର୍ମ ସ୍ମରଣରେ ଆଣିବି।

Gade chapit la Kopi

ଓଡିଆ ବାଇବେଲ

10 ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ମୁଁ ସେଠାକୁ ଆସିଲେ, ସେ ଯାହା କରୁଛନ୍ତି, ସବୁ ପ୍ରଶାଶ କରିଦେବି- ଆମ ସମ୍ପର୍କରେ ସେ କେଡ଼େ ଜଘନ୍ୟ କୁତ୍ସା ରଟନା କରୁଛନ୍ତି ଓ କେତେ ମିଧ୍ୟା କହୁଛନ୍ତି, ସେ ସବୁ ପଦାରେ ପଡ଼ିଯିବ। ସେତିକି କେବଳ ନୁହେଁ, ସେ ଖ୍ରୀଷ୍ଟବିଶ୍ୱାସୀ ଭାଇମାନଙ୍କର ଆତିଥ୍ୟ କରୁ ନାହାଁନ୍ତି କିମ୍ବା ତାହା କରିବାକୁ ଅନ୍ୟ କାହାକୁ ଛାଡ଼ି ଦେଉ ନାହିଁନ୍ତି ଏବଂ ଯେଉଁମାନେ ତାହା କରିବାକୁ ଯାଉଛନ୍ତି, ସେମାନଙ୍କୁ ମଣ୍ଡଳୀରୁ ବହିଷ୍କାର କରିବାକୁ ଚେଷ୍ଟା କରୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ମୁଁ ସେଠାରୁ ଆସିଲେ, ଦିୟତ୍ରିଫାର କାର୍ଯ୍ୟ ବିଷୟରେ କଥାବାର୍ତ୍ତା କରିବି। ସେ ଆମ୍ଭମାନଙ୍କ ବିଷୟରେ ମିଥ୍ୟା ଓ ମନ୍ଦ କଥାମାନ କହୁଛି। ଏହାଛଡ଼ା, ସେ ଖ୍ରୀଷ୍ଟଙ୍କ ପାଇଁ ସେବା କରୁଥିବା ଭାଇମାନଙ୍କୁ ମଧ୍ୟ ସାହାଯ୍ୟ କରୁ ନାହିଁ। ଯେଉଁମାନେ ସେହି ଭାଇମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ମଧ୍ୟ ସେ ମନା କରୁଛି। ସେ ସେମାନଙ୍କୁ ମଣ୍ଡଳୀରୁ ବାହାର କରିଦିଏ।

Gade chapit la Kopi




୩ ଯୋହନ 1:10
16 Referans Kwoze  

ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।


ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।


ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;


ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।


ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।


ପ୍ରିୟ ବନ୍ଧୁ, ତୁମ୍ଭେ ଆପଣା ଭ୍ରାତୃଗଣ ପ୍ରତି ଏବଂ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ।


ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।


ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।


କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;


ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।


କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍‍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି।


Swiv nou:

Piblisite


Piblisite