Biblia Todo Logo
Bib sou entènèt

- Piblisite -




୩ ଯୋହନ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।

Gade chapit la Kopi

ଓଡିଆ ବାଇବେଲ

12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସମସ୍ତେ ଡିମଂଟ୍ରିଅସ୍ଙ୍କ ପ୍ରଶଂସା କରୁଛନ୍ତି; ସତ୍ୟର ମାପକାଠି ଦ୍ୱାରା ସେ ପ୍ରଶଂସିତ। ଆମେ ମଧ୍ୟ ତାଙ୍କୁ ସମର୍ଥନ କରୁଛୁ। ତୁମେ ଜାଣିଛ, ଆମେ ଯାହା କହୁ, ତାହା ସବୁ ନିରାଟ ସତ୍ୟ।

Gade chapit la Kopi

ପବିତ୍ର ବାଇବଲ

12 ଦୀମୀତ୍ରିୟଙ୍କ ବିଷୟରେ ସମସ୍ତେ ଭଲକଥା କହନ୍ତି। ସେମାନେ ଯାହା କହନ୍ତି, ସତ୍ୟ ଏଥିର ସାକ୍ଷ୍ୟ ଦିଏ। ଆମ୍ଭେ ମଧ୍ୟ ତାହା ବିଷୟରେ ଭଲକଥା କହୁ, ଏବଂ ତୁମ୍ଭେ ଜାଣ ଯେ ଆମ୍ଭର ସାକ୍ଷ୍ୟ ସତ୍ୟ ଅଟେ।

Gade chapit la Kopi




୩ ଯୋହନ 1:12
8 Referans Kwoze  

ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।


ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।


ସେହି ସ୍ଥାନରେ ଥିବା ସମସ୍ତ ଯିହୁଦୀଙ୍କ ନିକଟରେ ସୁଖ୍ୟାତିସମ୍ପନ୍ନ ହନନୀୟ ନାମକ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,


ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତ-ସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ବରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।


ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି।


ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।


ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରିପାରୁ, ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;


ତହିଁରେ ସେମାନେ କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।”


Swiv nou:

Piblisite


Piblisite