Biblia Todo Logo
Bib sou entènèt

- Piblisite -




୩ ଯୋହନ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍‍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି।

Gade chapit la Kopi

ଓଡିଆ ବାଇବେଲ

3 କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍‍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତୁମେ କିପରି ସତ୍ୟ ପ୍ରତି ବିଶ୍ୱସ୍ତ ରହିଛ ଏବଂ କିପରି ଜୀବନରେ ସବୁବେଳେ ସତ୍ୟ ଆଚରଣ କରୁଛ, ଏ କଥା କେତେଜଣ ଖ୍ରୀଷ୍ଟିୟାନ ଭାଇମାନଙ୍କଠାରୁ ଶୁଣି ଖୁସି ହେଲି।

Gade chapit la Kopi

ପବିତ୍ର ବାଇବଲ

3 ଖ୍ରୀଷ୍ଟରେ କେତେକ ଭାଇମାନେ ଏଠାକୁ ଆସିଲେ ଓ ସତ୍ୟ ପ୍ରତି ତୁମ୍ଭର ବିଶ୍ୱସ୍ତତା ସମ୍ପର୍କରେ କହିଲେ। ସେମାନେ ମୋତେ କହିଲେ ଯେ ତୁମ୍ଭେ ଅବିରତ ସତ୍ୟ ପଥ ଅନୁସରଣ କରୁଛ। ଏହା ଶୁଣି ମୁଁ ଅତ୍ୟନ୍ତ ଆନନ୍ଦିତ ହେଲି।

Gade chapit la Kopi




୩ ଯୋହନ 1:3
17 Referans Kwoze  

ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।


ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ।


ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।


ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।


ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।


ପ୍ରିୟ ବନ୍ଧୁ, ତୁମ୍ଭ ଜୀବନର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଏବଂ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା।


ପ୍ରିୟ ବନ୍ଧୁ, ତୁମ୍ଭେ ଆପଣା ଭ୍ରାତୃଗଣ ପ୍ରତି ଏବଂ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ, ତାହା ବିଶ୍ୱସ୍ତ ଭାବରେ କରୁଅଛ।


ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।


Swiv nou:

Piblisite


Piblisite