Biblia Todo Logo
Bib sou entènèt

- Piblisite -




୩ ଯୋହନ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋହର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ମୋର ପିଲାମାନେ ସତ୍ୟକୁ ଅନୁସରଣ କରି ଜୀବନ ଯାପନ କରୁଛନ୍ତି ବୋଲି ଶୁଣିଲେ, ମୋର ସବୁାଂରୁ ଅଧିକ ଆନନ୍ଦ ହୁଏ।

Gade chapit la Kopi

ପବିତ୍ର ବାଇବଲ

4 ମୁଁ ଯେତେବେଳେ ଶୁଣେ ଯେ ମୋର ପିଲାମାନେ ସତ୍ୟର ମାର୍ଗ ଅନୁସରଣ କରୁଛନ୍ତି, ତାହା ମୋତେ ବିଶେଷ ଆନନ୍ଦ ଦିଏ।

Gade chapit la Kopi




୩ ଯୋହନ 1:4
18 Referans Kwoze  

ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।


ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।


“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।


ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।


ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ‘ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।’


କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?


ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ଆତ୍ମିକ ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:


ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।


“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।


ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ।


ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,


ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।


ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।


Swiv nou:

Piblisite


Piblisite