Biblia Todo Logo
Bib sou entènèt

- Piblisite -




୩ ଯୋହନ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ବରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେମାନେ ମଣ୍ତଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ଵରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,

Gade chapit la Kopi

ଓଡିଆ ବାଇବେଲ

6 ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି; ତୁମ୍ଭେ ଯଦି ସେମାନଙ୍କୁ ଈଶ୍ୱରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ, ତେବେ ଉତ୍ତମ କାର୍ଯ୍ୟ କରିବ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତୁମର ଦ୍ନେହ ବ୍ୟବହାର ବିଷୟରେ ସେମାନେ ଏଠିକର ମଣ୍ଡଳୀରେ ପ୍ରକାଶ କରିଛନ୍ତି। ମୋର ଅନୁରୋଧ, ତୁମେ ସେମାନଙ୍କ ଯାତ୍ରା ପାଇଁ ସାହାଯ୍ୟ ଦିଅ। ଏହା ଦ୍ୱରା ଈଶ୍ବର ପ୍ରୀତ ହେବେ,

Gade chapit la Kopi

ପବିତ୍ର ବାଇବଲ

6 ସେହି ଭାଇମାନେ, ତୁମ୍ଭର ପ୍ରେମ ସମ୍ବନ୍ଧରେ ମଣ୍ଡଳୀକୁ କହିଛନ୍ତି। ଦୟାକରି ତୁମ୍ଭେ ସେମାନଙ୍କୁ ସେମାନଙ୍କର ଯାତ୍ରାରେ ସାହାଯ୍ୟ କର। ତୁମ୍ଭେ ସେମାନଙ୍କୁ ଏପରି ସାହାଯ୍ୟ କର, ଯେପରି ତାହା ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିବ।

Gade chapit la Kopi




୩ ଯୋହନ 1:6
15 Referans Kwoze  

ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର।


ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ।


ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।


ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତି? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ବରଙ୍କ ନିକଟରେ ପ୍ରଶଂସାର ବିଷୟ।


ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ।


ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦିୟା ପ୍ରଦେଶକୁ ଯାତ୍ରା କରିପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି।


ମୁଁ ସ୍ପେନ ଦେଶକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି।


ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,


ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।


ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।


ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ?”


ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”


Swiv nou:

Piblisite


Piblisite