Biblia Todo Logo
Bib sou entènèt

- Piblisite -




୩ ଯୋହନ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେଣୁ ସେମାନେ ଅଣଯିହୁଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେଣୁ ସେମାନେ ବିଜାତିମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ଯେଣୁ ସେମାନେ ଅଣଯିହୂଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କାରଣ ସେମାନେ ଅଣ-ବିଶ୍ୱାସୀମାନଙ୍କଠାରୁ କୌଣସି ସାହାଯ୍ୟ ନ ନେଇ ଖ୍ରୀଷ୍ଟଙ୍କ ସେବା ପାଇଁ ଏହି ଯାତ୍ରାରେ ବାହାରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

7 ସେହି ଭାଇମାନେ ଖ୍ରୀଷ୍ଟଙ୍କର ସେବା ପାଇଁ ଭ୍ରମଣ କରନ୍ତି। ସେମାନେ ବିଶ୍ୱାସ ନ କରୁଥିବା ଲୋକମାନଙ୍କଠାରୁ କିଛି ଗ୍ରହଣ କରନ୍ତି ନାହିଁ।

Gade chapit la Kopi




୩ ଯୋହନ 1:7
17 Referans Kwoze  

ପୁଣି, ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳାନ୍ତ ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ।


ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;


କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀ-ସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର।


କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।


ତେବେ ମୋହର ପୁରସ୍କାର କଅଣ? ତାହା ଏହି ଯେ, ଯେପରି ମୁଁ ସୁସମାଚାରରେ ଥିବା ମୋହର ଅଧିକାର ବ୍ୟବହାର ନ କରି ସୁସମାଚାର ପ୍ରଚାର କରୁ କରୁ ସେହି ସୁସମାଚାରକୁ ବିନାମୂଲ୍ୟର ପ୍ରଚାର କରେ।


ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା।”


ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।


ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।


ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।


ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,


ଅତଏବ, ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକର୍ମୀ ହୋଇପାରୁ, ଏଥିନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ।


Swiv nou:

Piblisite


Piblisite