Biblia Todo Logo
Bib sou entènèt

- Piblisite -




ପ୍ରେରିତ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହି ଲୋକ (ଯିହୂଦା) ଅଧର୍ମର ମୂଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏହି ଲୋକ ଅଧର୍ମର ମୂଲ୍ୟ ଦ୍ଵାରା ଖଣ୍ତିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ତ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରି ପଡ଼ିଲା;

Gade chapit la Kopi

ଓଡିଆ ବାଇବେଲ

18 ଏହି ଲୋକ (ଯିହୂଦା) ଅଧର୍ମର ମୁଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରିପଡ଼ିଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 (ତାହାର ଅପକର୍ମ ଦ୍ୱାରା ଯିହୁଦା ପାଇଥିବା ଟଙ୍କାରେ ଗୋଟିଏ ଜମି କିଣା ହୋଇଥିଲା ଓ ସେହି ଜମିରେ ପଡ଼ି ତା’ର ମୃତ୍ୟୁ ହେଲା। ତା’ର ପେଟ ଫାଟି ଯାଇ ଅନ୍ତ ବୁଜୁଳି ବାହାରି ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

18 ଯିହୂଦାକୁ ଏହି ଘୃଣ୍ୟ କାମ କରିବା ପାଇଁ ଟଙ୍କା ଦିଆ ଯାଇଥିଲା। ସେଥିରେ ସେ ଗୋଟିଏ ଜମି କିମି ଦେଲା। କିନ୍ତୁ ସେ ନିଜେ ମୁଣ୍ଡ ମାଡ଼ି ହୋଇ ପଡ଼ିଲା। ପରେ ତା'ର ପେଟ ଫାଟିଗଲା ଓ ଅନ୍ତବୁଜୁଳା ବାହାରି ପଡ଼ିଲା।

Gade chapit la Kopi




ପ୍ରେରିତ 1:18
12 Referans Kwoze  

ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।


ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ, ସେମାନେ ପାତାଳକୁ ଜୀଅନ୍ତା ଗମନ କରନ୍ତୁ, କାରଣ ସେମାନଙ୍କ ବାସ ସ୍ଥାନରେ, ସେମାନଙ୍କ ମଧ୍ୟରେ ଦୁଷ୍ଟତା ଅଛି।


ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।


ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ।


କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”


ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇଦେଲି


Swiv nou:

Piblisite


Piblisite