Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କାଇସରିୟା ସହରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତ-ସେନାପତି ଥିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କାଇସରିଆ ନଗରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତସେନାପତି ଥିଲେ;

Gade chapit la Kopi

ଓଡିଆ ବାଇବେଲ

1 କାଇସରିୟା ନଗରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତସେନାପତି ଥିଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ସିସେରିୟା ନିବାସୀ କର୍ଣ୍ଣୀଲିୟ “ଇଟାଲୀୟ ବାହିନୀ” ନାମକ ରୋମୀୟ ସୈନ୍ୟବାହିନୀର ସେନାପତି ଥିଲେ।

Gade chapit la Kopi

ପବିତ୍ର ବାଇବଲ

1 କାଇସରୀଆ ନଗରରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ୟବାହିନୀର ଏକ ବିଭାଗରେ ପଦାଧିକାରୀ ଥିଲେ।

Gade chapit la Kopi




ପ୍ରେରିତ 10:1
19 Referans Kwoze  

ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ଆଗସ୍ତିୟ ରାଜକୀୟ ସୈନ୍ୟଦଳର ଯୂଲିଅସ୍ ନାମକ ଜଣେ ଶତ-ସେନାପତିଙ୍କ ହସ୍ତରେ ସମର୍ପିତ ହେଲେ।


ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ।


କିନ୍ତୁ ଫିଲିପ୍ପ ଅଷ୍‌ଦୋଦ୍ ନାମକ ନଗରରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ।


କିନ୍ତୁ ଶତ-ସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମେ ସ୍ଥଳକୁ ଯାଆନ୍ତୁ,


ସେଥିରେ ଫେଷ୍ଟସ୍ ଅଧିପତି ପଦ ଗ୍ରହଣ କରି ତିନି ଦିନ ଉତ୍ତାରେ କାଇସରିୟାରୁ ଯିରୂଶାଲମ ସହରକୁ ଗଲେ,


ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।


ପାଉଲ ଶତ-ସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ।


କେତେକ ଦିନ ଗତ ହେଲା ପରେ ରାଜା ଆଗ୍ରିପ୍ପା ଓ ବର୍ଣ୍ଣୀକୀ କାଇସରିୟାକୁ ଆସି ଫେଷ୍ଟସ୍‌ଙ୍କୁ ସାକ୍ଷାତ କଲେ।


ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍‍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ।


ପରେ ସେ ଦୁଇ ଜଣ ଶତ-ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।


ସେମାନେ ପାଉଲଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ, ପାଉଲ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କୁ କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ?


ପରଦିନ ଆମ୍ଭେମାନେ କାଇସରିୟାକୁ ପ୍ରସ୍ଥାନ କଲୁ। ଆଉ ସାତ ଜଣଙ୍କ ମଧ୍ୟରେ ଅନ୍ତର୍ଗତ, ସୁସମାଚାର ପ୍ରଚାରକ ଫିଲିପ୍ପଙ୍କ ଗୃହରେ ପ୍ରବେଶ କରି ତାହାଙ୍କ ସାଙ୍ଗରେ ରହିଲୁ।


ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ


ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।


ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ।


ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍‍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।


ପରଦିନ ସେମାନେ କାଇସରିୟାରେ ପ୍ରବେଶ କଲେ, ଆଉ କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ।


ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର-ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା।


Swiv nou:

Piblisite


Piblisite