Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡ଼ିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେଥିରେ ପୃଥିବୀର ସର୍ବପ୍ରକାର ଚତୁଷ୍ପଦ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ସେଥିରେ ନାନା ପ୍ରକାର ପଶୁ, ସରୀସୃପ ଓ ବନ୍ୟ ପକ୍ଷୀ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ତା'ଭିତରେ ପୃଥିବୀର ବିଭିନ୍ନ ପ୍ରକାରର ପଶୁପକ୍ଷୀ ଓ ସରୀସୃପ ପ୍ରାଣୀମାନ ଥିଲେ।

Gade chapit la Kopi




ପ୍ରେରିତ 10:12
10 Referans Kwoze  

ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।


କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”


ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।


ଆକାଶ ଖୋଲା ହୋଇଅଛି, ପୁଣି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;


ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, “ହେ ପିତର, ଉଠ, ବଧ କରି ଖାଅ।”


ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି,


ପୁଣି, ଅକ୍ଷୟ ଈଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।


Swiv nou:

Piblisite


Piblisite