Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ଵରଙ୍କର ଜଣେ ଦୂତ ତାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।

Gade chapit la Kopi

ଓଡିଆ ବାଇବେଲ

3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ୱରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ଏକ ଦର୍ଶନରେ ସ୍ପଷ୍ଟ ଦେଖିଲେ ଯେ ଈଶ୍ୱରଙ୍କ ଦୂତ ଆସି ତାଙ୍କୁ ଡାକୁଛନ୍ତି, “କର୍ଣ୍ଣୀଲିୟ।”

Gade chapit la Kopi

ପବିତ୍ର ବାଇବଲ

3 ଦିନେ ଅପରାହ୍ନ ପ୍ରାୟ ତିନିଟା ସମୟରେ ସେ ଏକ ଦର୍ଶନ ଦେଖିଲେ। ସେ ଜଣେ ସ୍ୱର୍ଗଦୂତଙ୍କୁ ତାହାଙ୍କ ନିକଟକୁ ଆସୁଥିବାର ସ୍ପଷ୍ଟ ଭାବେ ଦେଖିଲେ। ସେ ତାହାଙ୍କୁ କହିଲେ, “କର୍ଣ୍ଣୀଲିୟ।”

Gade chapit la Kopi




ପ୍ରେରିତ 10:3
23 Referans Kwoze  

ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍‍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।


କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


ସେ ଯେଉଁ ପରିମାଣରେ ଦୂତମାନଙ୍କ ଅପେକ୍ଷା ଅତ୍ୟଧିକ ଉତ୍କୃଷ୍ଟ ନାମର ଅଧିକାରୀ ହୋଇଅଛନ୍ତି, ସେହି ପରିମାଣରେ ସେ ସେମାନଙ୍କଠାରୁ ଅତ୍ୟଧିକ ମହାନ ହୋଇଅଛନ୍ତି।


ଯେଣୁ ମୁଁ ଯେଉଁ ଈଶ୍ବରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,


ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;


କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,


ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।


ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ,


ଦମ୍ମେଶକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନୀୟ।” ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ।


ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”


ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,


ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ।


ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍, “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”


ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”


ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।


ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,


Swiv nou:

Piblisite


Piblisite