Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ତୁମ୍ଭର ଦାନସବୁ ଈଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି, ତୁମ୍ଭର ଦାନସବୁ ଈଶ୍ଵରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।

Gade chapit la Kopi

ଓଡିଆ ବାଇବେଲ

31 ପୁଣି, ତୁମ୍ଭର ଦାନସବୁ ଈଶ୍ୱରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ‘କର୍ଣ୍ଣୀଲିୟ! ଈଶ୍ୱର ତୁମ ପ୍ରାର୍ଥନା ଶୁଣିଅଛନ୍ତି ଓ ତୁମର ସେବାକାର୍ଯ୍ୟ ଲକ୍ଷ୍ୟ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

31 ସେ କହିଲେ, ‘କର୍ଣ୍ଣୀଲିୟ, ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଛନ୍ତି ଓ ତୁମ୍ଭେ ଗରିବମାନଙ୍କୁ ଦେଇଥିବା ଦାନ ମନେ ରଖିଛନ୍ତି।

Gade chapit la Kopi




ପ୍ରେରିତ 10:31
14 Referans Kwoze  

ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କଅଣ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ବରଙ୍କ ଛାମୁରେ ଉଠିଅଛି।


କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।


ଏଥିରେ ସେ ମୋତେ କହିଲେ, “ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।


ତୁମ୍ଭର ବିନତିର ଆରମ୍ଭ ସମୟରେ ଆଜ୍ଞା ନିର୍ଗତ ହେଲା, ଆଉ ତୁମ୍ଭକୁ ଜଣାଇବା ପାଇଁ ମୁଁ ଆସିଅଛି, କାରଣ ତୁମ୍ଭେ ଅତ୍ୟନ୍ତ ପ୍ରିୟପାତ୍ର; ଏଥିପାଇଁ ଏ ବିଷୟ ବିବେଚନା କର ଓ ଦର୍ଶନ ବୁଝ।


ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।


“ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।


ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ।


ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।


ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।


ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।


କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।


କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,


ଅତଏବ ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରକଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି।


Swiv nou:

Piblisite


Piblisite