Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଅତଏବ ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରକଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଅତଏବ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ର କୂଳରେ ଶିମୋନ ଚର୍ମକାରଙ୍କ ଗୃହରେ ଅତିଥି ସ୍ଵରୂପେ ବାସ କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

32 ଅତଏବ ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଶିମୋନ ପିତର ନାମରେ ଜଣେ ବ୍ୟକ୍ତିଙ୍କୁ ଆଣିବା ପାଇଁ ଯୋପ୍ପାକୁ ଲୋକ ପଠାଅ। ସେ ସମୁଦ୍ରକୂଳ ନିବାସୀ ଚର୍ମକାର ଶିମୋନ ଘରେ ଅତିଥି ହୋଇଛନ୍ତି।’

Gade chapit la Kopi

ପବିତ୍ର ବାଇବଲ

32 ତେଣୁ ଯାଫୋକୁ ଲୋକ ପଠାଇ ପିତର ନାମରେ ପରିଚିତ ଶିମୋନଙ୍କୁ ଏଠାକୁ ଡକାଅ। ସେ ସମୁଦ୍ର କୂଳରେ ଚମାର ଶିମୋନଙ୍କ ଘରେ ରହୁଛନ୍ତି।’

Gade chapit la Kopi




ପ୍ରେରିତ 10:32
13 Referans Kwoze  

ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।


ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।


ପୁଣି, ତୁମ୍ଭର ଦାନସବୁ ଈଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।


ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।


ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ।


ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇଯିବେ।”


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


“କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କଅଣ କରିବାକୁ ହେବ, ତାହା କୁହାଯିବ।”


ପୁଣି, ପିତର ଅନେକ ଦିନ ଯାଫୋ ସହରରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ।


ଏବେ ତୁମ୍ଭେ ଯାଫୋ ସହରକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;


ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ।


ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୁଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ବର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।


ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର।


Swiv nou:

Piblisite


Piblisite