Biblia Todo Logo
Bib sou entènèt

- Piblisite -




ପ୍ରେରିତ 10:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଅର୍ଥାତ୍, ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ଵର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ଵର ତାହାଙ୍କ ସହବର୍ତ୍ତୀ ଥିଲେ।

Gade chapit la Kopi

ଓଡିଆ ବାଇବେଲ

38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

38 ତୁମ୍ଭେମାନେ ନାଜରିତର ଯୀଶୁଙ୍କ ବିଷୟରେ ଓ ଈଶ୍ୱର କିପରି ତାଙ୍କ ଉପରେ ପବିତ୍ର ଆତ୍ମା ଓ ଶକ୍ତି ଢାଳି ଦେଇଥିଲେ, ତାହା ଜାଣ। ସେ ସବୁଆଡ଼େ ଯାଇ ମହତ୍ କାର୍ଯ୍ୟ ସାଧନ କଲେ। ଶୟତାନର କବଳରେ ଥିବା ଲୋକଙ୍କୁ ସୁସ୍ଥ କଲେ, କାରଣ ଈଶ୍ୱର ତାଙ୍କ ସହିତ ଥିଲେ।

Gade chapit la Kopi

ପବିତ୍ର ବାଇବଲ

38 ତୁମ୍ଭେମାନେ ନାଜରିତୀୟ ଯୀଶୁଙ୍କ ବିଷୟରେ ମଧ୍ୟ ଜାଣିଛ। ପରମେଶ୍ୱର ତାହାଙ୍କୁ ପବିତ୍ରଆତ୍ମା ଓ ଶକ୍ତିରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ୟାଗ୍ଭର ଅଧୀନରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ୱାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ୱର ତାହାଙ୍କ ସହିତ ଥିଲେ।

Gade chapit la Kopi




ପ୍ରେରିତ 10:38
40 Referans Kwoze  

“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,


ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;


ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;


କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।


“ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ବର, ତୁମ୍ଭର ଈଶ୍ବର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା, ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।”


ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।


ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ବରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ବର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ।


କିନ୍ତୁ ମୁଁ ଯଦି ଈଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।


ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟବିଚାର ଆଣିବେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?”


ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି।


ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,


ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ବର ମୁଦ୍ରାଙ୍କିତ କଲେ।”


ଏହାପରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।


ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।


ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ।


ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।


ତାହା ପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ।


ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ଦ୍ୱାରା ପ୍ରଚାରିତ ବାପ୍ତିସ୍ମ ସମୟ ପରେ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ପ୍ରଚାରିତ ହୋଇଅଛି,


ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ।


Swiv nou:

Piblisite


Piblisite