Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;

Gade chapit la Kopi

ଓଡିଆ ବାଇବେଲ

13 ସେ କିପରି ଜଣେ ଦୂତଙ୍କର ଦର୍ଶନ ପାଇଥିଲେ, ତାହା ଆମ୍ଭମାନଙ୍କୁ ଜଣାଇଲେ, ସେହି ଦୂତ କିପରି ତାହାଙ୍କ ଗୃହରେ ଠିଆ ହୋଇ କହିଲେ, ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ଡକାଇ ଆଣ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତାଙ୍କ ଘରେ ସେ କିପରି ସ୍ୱର୍ଗଦୂତଙ୍କ ଦର୍ଶନ ପାଇଥିଲେ, ସେ ବିଷୟ ଆମକୁ ଜଣାଇଲେ। ସ୍ୱର୍ଗଦୂତ ତାଙ୍କୁ କହିଥିଲେ, “ଯୋପ୍ପାରେ ଥିବା ଶିମୋନ ପିତର ନାମରେ ଜଣେ ବ୍ୟକ୍ତିଙ୍କୁ ଆଣିବା ପାଇଁ ଲୋକ ପଠାଅ।

Gade chapit la Kopi

ପବିତ୍ର ବାଇବଲ

13 କର୍ଣ୍ଣୀଲିୟ କିପରି ତାହାଙ୍କ ଘରେ ଜଣେ ସ୍ୱର୍ଗଦୂତଙ୍କୁ ଦେଖିଲେ, ସେହିସବୁ ଆମ୍ଭକୁ କହିଲେ। ଏହି ଦୂତ ତାହାଙ୍କୁ କହିଲେ, ‘ଯାଫୋ ନଗରକୁ ଲୋକ ପଠାଇ ପିତର ନାମରେ ପରିଚିତ ଶିମୋନଙ୍କୁ ଆଣ।

Gade chapit la Kopi




ପ୍ରେରିତ 11:13
11 Referans Kwoze  

ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।


ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତ-ସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ବରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି।


ପୁଣି, ପିତର ଅନେକ ଦିନ ଯାଫୋ ସହରରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ।


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


ଯାଫୋ ସହରରେ ଟାବୀଥା ନାମକ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନ-କ୍ରିୟାରେ ପୂର୍ଣ୍ଣ ଥିଲେ।


ପୁଣି, ଲୂଦ ଯାଫୋ ସହରର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ।


ଏହି କଥା ଯାଫୋ ସହରର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।


ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ। ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ।


ଯେ ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେ ଓ ତୁମ୍ଭର ସମସ୍ତ ପରିବାର ପରିତ୍ରାଣ ପାଇବ, ସେ ତୁମ୍ଭକୁ ସେହିସବୁ କହିବେ।


Swiv nou:

Piblisite


Piblisite