Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଳେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇଯାଇଥିଲେ, ସେମାନେ ଫୈନୀକିଆ, ସାଇପ୍ରସ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

19 ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନିକିଆ, ସାଇପ୍ରସ୍ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୂଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସ୍ତିଫାନଙ୍କ ମୃତ୍ୟୁ ପରେ ବିଶ୍ୱାସୀମାନେ ଉତ୍ପୀଡ଼ିତ ହୋଇ ଛିନ୍ନଭିନ୍ନ ହେଉଥିବା ସମୟରେ ସେମାନଙ୍କ ମଧ୍ୟରୁ କେତେକ କେବଳ ଇହୁଦୀମାନଙ୍କ ନିକଟରେ ପ୍ରଚାର କରି, ଫିନୀସିଆ, ସାଇପ୍ରସ୍ ଓ ଆଣ୍ଟିୟୋଖ ପର୍ଯ୍ୟନ୍ତ ଗଲେ।

Gade chapit la Kopi

ପବିତ୍ର ବାଇବଲ

19 ସ୍ତିଫାନ ମୃତ ହେବାପରେ ଯେଉଁ ତାଡ଼ନା ଘଟିଲା, ସେଥିପାଇଁ ବିଶ୍ୱାସୀମାନେ ଗ୍ଭରିଆଡ଼େ ଛିନ୍ନଭିନ୍ନ ହୋଇଗଲେ। ସେମାନଙ୍କ ମଧ୍ୟରୁ କେତେଜଣ ଫୈନୀକିଆ, କୁପ୍ର ଓ ଆନ୍ତିୟଖିଆକୁ ଗଲେ। ସେଠାରେ ସେମାନେ ଯିହୂଦୀମାନଙ୍କ ବ୍ୟତୀତ ଅନ୍ୟ କାହାରି ନିକଟରେ ସୁସମାଗ୍ଭର ପ୍ରଗ୍ଭର କଲେ ନାହିଁ।

Gade chapit la Kopi




ପ୍ରେରିତ 11:19
22 Referans Kwoze  

ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ।


ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍‍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,


ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ।


ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍‍ ସାନ୍ତ୍ୱନାର ପୁତ୍ର),


ଏବଂ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାହାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।


ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ ସାଇପ୍ରସ୍‍ର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।


କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।


ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ,


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ,


ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।


ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।


ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।


ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍‍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଆମ୍ଭମାନଙ୍କ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍‍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି?


ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ।


ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,


କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ।


ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।


ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ।


Swiv nou:

Piblisite


Piblisite