Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେମାନଙ୍କ ବିଷୟକ ସମ୍ଵାଦ ଯିରୂଶାଲମସ୍ଥ ମଣ୍ତଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ।

Gade chapit la Kopi

ଓଡିଆ ବାଇବେଲ

22 ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଯେତେବେଳେ ଏହି ସମ୍ବାଦ ଯିରୂଶାଲମରେ ପହଞ୍ଚିଲା, ସେମାନେ ବର୍ଣ୍ଣବାଙ୍କୁ ଆଣ୍ଟିୟୋଖ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

22 ଆନ୍ତିୟଖିଆର ଏହି ନୂଆ ବିଶ୍ୱାସୀମାନଙ୍କ ବିଷୟରେ ଯିରୁଶାଲମର ବିଶ୍ୱାସୀ ମଣ୍ଡଳୀ ଶୁଣିବାକୁ ପାଇଲେ। ତେଣୁ ସେମାନେ ବର୍ଣ୍ଣ‌ବ୍‌‌ବାଙ୍କୁ ଆନ୍ତିୟଖିଆକୁ ପଠାଇଦେଲେ।

Gade chapit la Kopi




ପ୍ରେରିତ 11:22
16 Referans Kwoze  

କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେଶକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।


କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏହି ବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;


ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍‍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,


ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।


ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ।


ଶମିରୋଣର ଲୋକମାନେ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମ ସହରରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ।


ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,


ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।


କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ।


ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମ ସହରରୁ ଆନ୍ତିୟଖିଆକୁ ଆସିଲେ।


କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।


ଏବଂ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାହାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।


Swiv nou:

Piblisite


Piblisite