Biblia Todo Logo
Bib sou entènèt

- Piblisite -




ପ୍ରେରିତ 11:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହା ଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ଵାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।

Gade chapit la Kopi

ଓଡିଆ ବାଇବେଲ

28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ଲୋକ ଆତ୍ମାଙ୍କ ଶକ୍ତିରେ ପୂର୍ଣ୍ଣ ହୋଇ ସମଗ୍ର ପୃଥିବୀରେ ଏକ ଭୟଙ୍କର ଦୁର୍ଭିକ୍ଷ ହେବ ବୋଲି ଭବିଷ୍ୟ ବାଣୀ ଶୁଣାଇଲେ। (ସମ୍ରାଟ କ୍ଳଡିୟସ୍‌ଙ୍କ ସମୟରେ ଏହା ଘଟିଥିଲା।)

Gade chapit la Kopi

ପବିତ୍ର ବାଇବଲ

28 ସେମାନଙ୍କ ମଧ୍ୟରେ ଆଗାବ ନାମକ ଜଣେ ଭାବବାଦୀ ଥିଲେ। ସେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଭବିଷ୍ୟ‌ଦ୍‌ବାଣୀ କହିଲେ, “ଏ ସମଗ୍ର ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ, ସେହି ସମୟରେ ଲୋକମାନେ କିଛି ଖାଇବାକୁ ପାଇବେ ନାହିଁ।” ଏହି ଦୁର୍ଭିକ୍ଷ କ୍ଳାଉଦିଅ କାଇସରଙ୍କ ସମୟରେ ପଡ଼ିଥିଲା।

Gade chapit la Kopi




ପ୍ରେରିତ 11:28
10 Referans Kwoze  

ଆମ୍ଭେମାନେ ସେହି ସ୍ଥାନରେ ଅନେକ ଦିନ ରହିଲା ପରେ ଆଗାବ ନାମକ ଜଣେ ଭାବବାଦୀ ଯିହୂଦିୟା ପ୍ରଦେଶରୁ ଆସିଲେ।


ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୁଦୀଙ୍କ ଦେଖାପାଇଲେ, ପନ୍ତ ସହରରେ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଗଲେ,


ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ


ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା।


ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”


ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।


କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।


Swiv nou:

Piblisite


Piblisite