Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ବକ୍ତୃତା ଦେଲେ;

Gade chapit la Kopi

ଓଡିଆ ବାଇବେଲ

21 ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ନିରୂପିତ ଦିନରେ ହେରୋଦ ରାଜକୀୟ ପୋଷାକ ପରିଧାନ କଲେ ଏବଂ ସିଂହାସନରେ ବସି ଲୋକମାନଙ୍କୁ ଏକ ଭାଷଣ ଦେଲେ।

Gade chapit la Kopi

ପବିତ୍ର ବାଇବଲ

21 ହେରୋଦ ଗୋଟିଏ ନିର୍ଦ୍ଦିଷ୍ଟ ଦିନ ସେମାନଙ୍କୁ ଦେଖା କରିବା ପାଇଁ ସ୍ଥିର କଲେ। ସେଦିନ ସେ ରାଜକୀୟ ବସ୍ତ୍ର ପିନ୍ଧି ସିଂହାସନରେ ବସି ଲୋକମାନଙ୍କୁ ଭାଷଣ ଦେଲେ।

Gade chapit la Kopi




ପ୍ରେରିତ 12:21
10 Referans Kwoze  

ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।


ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।


ସେଥିରେ ଲୋକମାନେ ପାଟି କରି କହିବାକୁ ଲାଗିଲେ, ଏ ତ ଦେବତାଙ୍କ ସ୍ୱର ମନୁଷ୍ୟର ସ୍ୱର ନୁହେଁ।


ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।


ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;


ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।


ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି।


ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।’”


ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ।


ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍‌ଙ୍କ ଆଦେଶ ଅନୁସାରେ ପାଉଲ ଅଣାଗଲେ।


Swiv nou:

Piblisite


Piblisite