Biblia Todo Logo
Bib sou entènèt

- Piblisite -




ପ୍ରେରିତ 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ଦୂତ ତାଙ୍କୁ କହିଲେ, କଟିବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ । ସେ ସେପରି କଲେ । ଆଉ ସେ ତାହାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତା’ପରେ ସ୍ୱର୍ଗଦୂତ କହିଲେ, “କମରପଟି ଭିଡ଼, ପାଦୁକା ପିନ୍ଧ।” ପିତର ତାହା କରିବା ପରେ ସ୍ୱର୍ଗଦୂତ କହିଲେ, “ଦେହରେ ଚାଦର ପକାଇ ମୋ’ ସହିତ ଆସ।”

Gade chapit la Kopi

ପବିତ୍ର ବାଇବଲ

8 ସେ ସ୍ୱର୍ଗଦୂତ ପିତରଙ୍କୁ କହିଲେ, “ଲୁଗାପଟା ଓ ଜୋତା ପିନ୍ଧ।” ସେ ପିନ୍ଧିଲେ। ସେ ପୁଣି କହିଲେ, “ତୁମ୍ଭର ଗ୍ଭଦର ଘୋଡ଼େଇ ହୁଅ ଓ ମୋତେ ଅନୁସରଣ କର।”

Gade chapit la Kopi




ପ୍ରେରିତ 12:8
7 Referans Kwoze  

ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।


ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା।


ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ।


କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ।


ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମ ସହରରୁ ଗଜ୍ଜା ସହର ଆଡ଼କୁ ଯାଇଅଛି, ସେହି ପଥକୁ ଯାଅ। ତାହା ମରୁଭୂମି।


ଯେଣୁ ମୁଁ ଯେଉଁ ଈଶ୍ବରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,


Swiv nou:

Piblisite


Piblisite