Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ତଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ।, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

1 ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଆଣ୍ଟିୟୋଖ ମଣ୍ଡଳୀରେ କେତେ ଜଣ ଭାବବାଦୀ ଓ ଶିକ୍ଷାଗୁରୁ ଥିଲେ। ଏମାନଙ୍କ ମଧ୍ୟରେ ଥିଲେ ବର୍ଣ୍ଣବା, ଶିମୋନ (କୃଷ୍ଣକାୟ ନାମରେ ଅଭିହିତ), ଲୁସିଅସ୍ (କୁରୀଣୀ ନିବାସୀ), ମନହେମ (ସେ ରାଜ୍ୟପାଳ ହେରୋଦଙ୍କ ପରିବାରରେ ପ୍ରତିପାଳିତ ହୋଇଥିଲେ।) ଓ ଶାଉଲ।

Gade chapit la Kopi

ପବିତ୍ର ବାଇବଲ

1 ଆନ୍ତିୟଖିଆ ମଣ୍ଡଳୀରେ କେତେକ ଭବିଷ୍ୟ‌ଦ୍‌ବକ୍ତା ଓ ଶିକ୍ଷକ ଥିଲେ। ସେମାନେ ହେଲେ, ବର୍ଣ୍ଣ‌ବ୍‌‌ବା, ଶିମିୟୋନ ଏହାକୁ ନିଗର ବୋଲି କୁହାଯାଉଥିଲା, କୂରୀଣୀୟ, ଲୂକିୟ, ମନହେମ୍ ଯିଏ ହେରୋଦ ରାଜାଙ୍କ ସହିତ ବଢ଼ିଥିଲେ ଓ ଶାଉଲ।

Gade chapit la Kopi




ପ୍ରେରିତ 13:1
34 Referans Kwoze  

ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍‍ ସାନ୍ତ୍ୱନାର ପୁତ୍ର),


ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;


ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,


ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,


ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।


ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ


ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ୱାସୀମାନେ ମଧ୍ୟ ତାହାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ।


କିମ୍ବା ଜୀବିକା ନିର୍ବାହର ପରିଶ୍ରମ ପରିତ୍ୟାଗ କରିବାକୁ କଅଣ କେବଳ ମୋହର ଓ ବର୍ଣ୍ଣବ୍ବାଙ୍କର ଅଧିକାର ନାହିଁ?


ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ।


ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।


ଭାବବାଣୀ ତୁଚ୍ଛ କର ନାହିଁ;


ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମ ସହରରୁ ବାହୁଡ଼ିଗଲେ।


କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,


ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବୋହିବା ପାଇଁ ତାହାଙ୍କୁ ବାଧ୍ୟ କଲେ।


ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ।


ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।


ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।


ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ।


ଭାବବାଦୀମାନଙ୍କ ଆତ୍ମା ଭାବବାଦୀମାନଙ୍କର ବଶୀଭୂତ।


Swiv nou:

Piblisite


Piblisite