Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର ବିଷୟ ଅଛି, ତେବେ କହନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ବ୍ୟବସ୍ଥା ଓ ଭାବବାଦୀ ଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର କଥା ଅଛି, ତେବେ କହନ୍ତୁ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର କଥା ଅଛି, ତେବେ କହନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଲେଖା ପଠିତ ହେବା ପରେ, ଉପାସନା ଗୃହର କର୍ତ୍ତାମାନେ, ସେମାନଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଭାଇମାନେ, ଯଦି ଲୋକଙ୍କୁ ଉତ୍ସାହିତ କରିବା ଭଳି ଆପଣମାନଙ୍କର କିଛି ଉପଦେଶ ଦେବାର ଅଛି, ତେବେ କହନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

15 ସେଠାରେ ମୋଶାଙ୍କ ପ୍ରଦତ୍ତ ବ୍ୟବସ୍ଥା ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଲେଖାଗୁଡ଼ିକ ପଢ଼ାଯିବା ପରେ ନେତାମାନେ ପାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କ ନିକଟକୁ ଏହା କହି ପଠାଇଲେ, “ଭାଇମାନେ, ଲୋକମାନଙ୍କ ପାଇଁ ଯଦି ତୁମ୍ଭମାନଙ୍କର କିଛି ନିଷ୍ଠାର ଉପଦେଶ ଥାଏ, ତେବେ କୁହ।”

Gade chapit la Kopi




ପ୍ରେରିତ 13:15
21 Referans Kwoze  

ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।


କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାର ଦିନରେ ସମାଜଗୃହ ସମୂହରେ ତାହାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି।”


ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,


କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ।


ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ।


ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ।


ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ।


କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,


ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍‍କୁ ଆସିଲେ।


କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ।


ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୁଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ବର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।


ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆ ଦେଶରେ ଥିଲେ, ସେତେବେଳେ ଗୌରବମୟ ଈଶ୍ବର ତାହାଙ୍କୁ ଦର୍ଶନ ଦେଇ କହିଲେ,


ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?


ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି-ସ୍ଥାନ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।


ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।


ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;


ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି।


ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍‍ ସାନ୍ତ୍ୱନାର ପୁତ୍ର),


କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।


କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା,


Swiv nou:

Piblisite


Piblisite