Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହି ଇସ୍ରାଏଲ ଜାତିର ଈଶ୍ବର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏହି ଇସ୍ରାଏଲ ଜାତିର ଈଶ୍ଵର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି ପରାକ୍ରମୀ ବାହୁ ଦ୍ଵାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

17 ଏହି ଇସ୍ରାଏଲ ଜାତିର ଈଶ୍ୱର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଇଶ୍ରାଏଲ ଜାତିର ଈଶ୍ୱର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମନୋନୀତ କଲେ ଓ ମିସରରେ ସେମାନେ ବିଦେଶୀ ରୂପେ ବାସ କରୁଥିବା ସମୟରେ ଏକ ବିରାଟ ଜାତିରେ ପରିଣତ କଲେ। ଈଶ୍ୱର ତାଙ୍କର ମହତ୍ ଶକ୍ତିରେ ସେମାନଙ୍କୁ ମିସରରୁ ବାହାର କରି ଆଣିଲେ

Gade chapit la Kopi

ପବିତ୍ର ବାଇବଲ

17 ଇସ୍ରାଏଲର ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ବାଛି ନେଲେ। ମିଶରରେ ବିଦେଶୀ ଭାବେ ସେମାନେ ରହୁଥିବା ବେଳେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ସଫଳତା ଦେଲେ। ସେ ତାହାଙ୍କ ମହାନ୍ ଶକ୍ତି ବଳରେ ସେଠାରୁ ସେମାନଙ୍କୁ ବାହାର ମଧ୍ୟ କରି ଆଣିଲେ।

Gade chapit la Kopi




ପ୍ରେରିତ 13:17
42 Referans Kwoze  

କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।


ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।


ତଥାପି ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ, ଏବେ ଶୁଣ;


ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।


ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।


କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।


ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।


ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।


ତୁମ୍ଭେ ନିଜ ଆଖିରେ ଯେଉଁ ମହା ମହା ପରଖ ଦେଖିଅଛ, ଯେଉଁ ଯେଉଁ ଚିହ୍ନ, ଆଶ୍ଚର୍ଯ୍ୟକ୍ରିୟା, ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାହାର କରି ଆଣିଅଛନ୍ତି, ତାହାସବୁ ଉତ୍ତମ ରୂପେ ସ୍ମରଣ କରିବ। ତୁମ୍ଭେ ଯେଉଁମାନଙ୍କୁ ଭୟ କରୁଅଛ, ସେସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହିପରି କରିବେ।


ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।


ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।


ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।”)


ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।”


ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ‘ଏହା କଅଣ?’ ତେବେ ତୁମ୍ଭେ କହିବ, ‘ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,


ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।


ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।


Swiv nou:

Piblisite


Piblisite