Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ଵର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।

Gade chapit la Kopi

ଓଡିଆ ବାଇବେଲ

21 ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ୱର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଯେତେବେଳେ ସେମାନେ ଜଣେ ରାଜା ଚାହିଁଲେ, ଈଶ୍ୱର ସେମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କରିବା ପାଇଁ ବେଞ୍ଜାମିନ୍ ବଂଶଜାତ କୀଶର ପୁତ୍ର ଶାଉଲଙ୍କୁ ନିଯୁକ୍ତି କଲେ।

Gade chapit la Kopi

ପବିତ୍ର ବାଇବଲ

21 ଏହା ପରେ ସେମାନେ ଜଣେ ରାଜା ଗ୍ଭହିଁଲେ। ପରମେଶ୍ୱର ସେମାନଙ୍କୁ ବିନ୍ୟାମିନ ଗୋଷ୍ଠୀ କୀଶର ପୁତ୍ର ଶାଉଲଙ୍କୁ ରାଜାରୂପେ ଦେଲେ। ସେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।

Gade chapit la Kopi




ପ୍ରେରିତ 13:21
8 Referans Kwoze  

ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?


ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।


ତହିଁରେ ସମସ୍ତ ଲୋକ ଗିଲ୍‍ଗଲ୍‍କୁ ଗଲେ ଓ ସେହି ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ।


ପୁଣି, ସେମାନେ ତାଙ୍କୁ କହିଲେ, “ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।”


ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।


ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,


Swiv nou:

Piblisite


Piblisite