Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ହେ ଭ୍ରାତୃବୃନ୍ଦ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ଵରଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

26 ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 “ଅବ୍ରହାମଙ୍କ ବଂଶଜ ହେ ଇଶ୍ରାଏଲୀୟ ଭାଇମାନେ ଓ ଈଶ୍ୱରଙ୍କ ଉପାସନା କରୁଥିବା ଏଠାରେ ଉପସ୍ଥିତ ଅଣଇହୁଦୀ ଲୋକମାନେ, ଆମକୁ ହିଁ ଏହି ପରିତ୍ରାଣର ବାର୍ତ୍ତା ପ୍ରଦତ୍ତ ହୋଇଛି।

Gade chapit la Kopi

ପବିତ୍ର ବାଇବଲ

26 “ହେ ଭାଇମାନେ, ଅବ୍ରହାମଙ୍କ ପୁତ୍ରମାନେ ଓ ପ୍ରକୃତ ପରମେଶ୍ୱରଙ୍କୁ ଉପାସନା କରୁଥିବା ଅନ୍ୟଜାତୀୟମାନେ, ଆମ୍ଭମାନଙ୍କ ପାଇଁ ଏହି ପରିତ୍ରାଣର ସୁସମାଗ୍ଭର ପଠାଯାଇଛି।

Gade chapit la Kopi




ପ୍ରେରିତ 13:26
28 Referans Kwoze  

ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।


ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍‍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,


ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,


ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।”


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ,


ସଭା ସମାପ୍ତ ହେଲା ଉତ୍ତାରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।


କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି।


ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ।


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”


ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।


ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ।


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।


ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।


ଈଶ୍ବର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।


ଅତଏବ ଈଶ୍ବରଙ୍କ ଏହି ପରିତ୍ରାଣ ଅଣଯିହୁଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।


ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।


ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର।


ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;


ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଆପଣା ଲୋକ ଇସ୍ରାଏଲ ସମ୍ମୁଖରେ ଏହି ଦେଶ ନିବାସୀମାନଙ୍କୁ ତଡ଼ିଦେଇ ଅନନ୍ତକାଳ ନିମନ୍ତେ ଆପଣା ମିତ୍ର ଅବ୍ରହାମ-ବଂଶକୁ ତାହା ଦେଇ ନାହଁ?


ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;


ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ବରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।


ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।


Swiv nou:

Piblisite


Piblisite