Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଈଶ୍ବର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଦ୍ବିତୀୟ ଗୀତସଂହିତାରେ ମଧ୍ୟ ଲେଖାଅଛି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଈଶ୍ଵର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଦ୍ଵିତୀୟ ଗୀତରେ ମଧ୍ୟ ଲେଖାଅଛି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।”

Gade chapit la Kopi

ଓଡିଆ ବାଇବେଲ

33 ଈଶ୍ୱର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଗୀତସଂହିତା ଦୁଇ ଅଧ୍ୟାୟରେ ମଧ୍ୟ ଲେଖା ଅଛି, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ" ।

Gade chapit la Kopi

ପବିତ୍ର ବାଇବଲ

33 ପରମେଶ୍ୱର ସେହି ପ୍ରତିଜ୍ଞାକୁ ଆମ୍ଭପରି ତାହାଙ୍କର ସନ୍ତାନମାନଙ୍କ ନିମନ୍ତେ ପୂର୍ଣ୍ଣ କରିଛନ୍ତି। ଏହିପରି ଏହା ଗୀତସଂହିତରେ ଲେଖାଅଛି: ‘ତୁମ୍ଭେ ମୋ’ ପୁତ୍ର, ଆଜି ମୁଁ ତୁମ୍ଭର ପିତା ହେଲି।’

Gade chapit la Kopi




ପ୍ରେରିତ 13:33
10 Referans Kwoze  

ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।


ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ।”


ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ୱାସ କଲେ।


କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।


ଏହି ଯୀଶୁଙ୍କୁ ଈଶ୍ବର ଉଠାଇଅଛନ୍ତି, ସେହି ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ।


ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।


କିନ୍ତୁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ,


ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏହି ବିଷୟରେ ସେ ଏହି ପ୍ରକାର କହିଅଛନ୍ତି, “‘ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା।’


କିନ୍ତୁ ଯାହାଙ୍କୁ ଈଶ୍ବର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାନ୍ତି।


Swiv nou:

Piblisite


Piblisite