Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ଵାରା ଆପଣମାନଙ୍କ ନିକଟରେ ପାପମୋଚନ ପ୍ରଚାର କରାଯାଉଛି,

Gade chapit la Kopi

ଓଡିଆ ବାଇବେଲ

38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

38-39 ଭାଇମାନେ, ତୁମେ ସବୁ ନିଶ୍ଚିତଭାବେ ଜାଣି ରଖିବା ଆବଶ୍ୟକ ଯେ କେବଳ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ ନିକଟରେ ପାପକ୍ଷମାର ବାର୍ତ୍ତା ପ୍ରଚାରିତ ହୋଇଅଛି। ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୁକ୍ତି ପାଇପାରି ନ ଥିବା ପ୍ରତ୍ୟେକେ ସେହି ଯୀଶୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ହିଁ ପରିତ୍ରାଣ ପାଇବେ, ଏହା ତୁମ୍ଭେମାନେ ବୁଝିବା ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ

38-39 ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ୍ ଯେ, କେବଳ ଏହି ଜଣଙ୍କ ଦ୍ୱାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହୋଇପାରେ। ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ତୁମ୍ଭେମାନେ ଯେଉଁ ମୁକ୍ତି ପାଇ ପାରିବ ନାହିଁ; ତାହାଙ୍କଠାରେ ବିଶ୍ୱାସ କରି ତୁମ୍ଭେମାନେ ସେହିସବୁ ପାପରୁ ମୁକ୍ତି ପାଇ ପାରିବ।

Gade chapit la Kopi




ପ୍ରେରିତ 13:38
29 Referans Kwoze  

ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।


ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।


ପୁଣି, ସେ ଯେପରି ଇସ୍ରାଏଲକୁ ମନ-ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂପେ ଉନ୍ନତ କରିଅଛନ୍ତି।


ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍‍, ପାପ କ୍ଷମା ପାଇଅଛୁ।


ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।


ଅତଏବ ଈଶ୍ବରଙ୍କ ଏହି ପରିତ୍ରାଣ ଅଣଯିହୁଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।


ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।


ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ।


ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।


ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।


କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।


ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷଣ୍ଣ ହୁଅ।


ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”


ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।


ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।


ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।


କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।”


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”


Swiv nou:

Piblisite


Piblisite