Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ବିଜାତିମାନେ ଏହା ଶୁଣି ଆନନ୍ଦିତ ହେଲେ; ଆଉ, ଈଶ୍ଵରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି ଯେତେ ଲୋକ ଅନ; ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ଵାସ କଲେ,

Gade chapit la Kopi

ଓଡିଆ ବାଇବେଲ

48 ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ୱରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

48 ଅଣଇହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଓ ପ୍ରଭୁଙ୍କର ବାର୍ତ୍ତା ପାଇଁ ଧନ୍ୟବାଦ ଦେଲେ। ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହୋଇଥିଲେ, ସେମାନେ ସେହି ବାର୍ତ୍ତାରେ ବିଶ୍ୱାସ କଲେ।

Gade chapit la Kopi

ପବିତ୍ର ବାଇବଲ

48 ଅନ୍ୟ ଜାତୀୟ ଲୋକମାନେ ଏହା ଶୁଣି ଖୁସୀ ହେଲେ ଓ ପ୍ରଭୁଙ୍କର ସୁସମାଗ୍ଭରର ପ୍ରଶଂସା କଲେ ଓ ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହୋଇଥିଲେ, ସେହି ଲୋକମାନେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।

Gade chapit la Kopi




ପ୍ରେରିତ 13:48
31 Referans Kwoze  

ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;


ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।


ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।


ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର;


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ସେଥିରେ ମୁଁ କହିଲି, ପ୍ରଭୁ ମୁଁ କଅଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, “ଉଠ, ଦମ୍ମେଶକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ।”


କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ।


ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ବରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ବରଙ୍କ ଦ୍ୱାରା ନିଯୁକ୍ତ।


ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାହାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।


ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।


କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍‌ ସହରକୁ ଯାତ୍ରା କଲୁ, ସେଠାରୁ ପାଉଲଙ୍କୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ।


କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ।


ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।


ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେଉଁରୂପେ ବ୍ୟାପିଅଛି, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ,


ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;


ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ।


ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।


ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାର ଦିନରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ।


ସେଥିରେ ସେ ନଗରରେ ମହା ଆନନ୍ଦ ହେଲା।


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।


ଯେଉଁମାନେ ଈଶ୍ବରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ବର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;


ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,


Swiv nou:

Piblisite


Piblisite