Biblia Todo Logo
Bib sou entènèt

- Piblisite -




ପ୍ରେରିତ 14:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ପ୍ରେରିତମାନେ, ଅର୍ଥାତ୍‍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ଵରରେ କହିବାକୁ ଲାଗିଲେ,

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେମାନେ ଯେଉଁ କାର୍ଯ୍ୟ କରିବାକୁ ଯାଉଥିଲେ, ବର୍ଣ୍ଣବା ଓ ପାଉଲ ତାହା ଶୁଣିବା କ୍ଷଣି ନିଜର ବସ୍ତ୍ର ଚିରି ପକାଇଲେ, ଜନତା ଭିତରକୁ ଦୌଡ଼ି ଯାଇ ଚିକ୍ରାର କରି କହିଲେ,

Gade chapit la Kopi

ପବିତ୍ର ବାଇବଲ

14 କିନ୍ତୁ ବର୍ଣ୍ଣ‌ବ୍‌‌ବା ଓ ପାଉଲ ଏହା ଶୁଣି ନିଜ ବସ୍ତ୍ର ଚିରି ପକାଇଲେ। ସେମାନେ ଲୋକମାନଙ୍କ ଆଡ଼କୁ ଦୌଡ଼ି ପାଟିକରି କହିବାକୁ ଲାଗିଲେ:

Gade chapit la Kopi




ପ୍ରେରିତ 14:14
11 Referans Kwoze  

ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ବର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ଆବଶ୍ୟକ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ବର ନିନ୍ଦା ଶୁଣିଲେ,


କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ।


ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ?


ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହି ସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।


ଏଥିଉତ୍ତାରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।


ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”


ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;


ମୁଁ କଅଣ ସ୍ୱାଧୀନ ନୁହେଁ? ମୁଁ କଅଣ ଜଣେ ପ୍ରେରିତ ନୁହେଁ? ମୁଁ କଅଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ? ତୁମ୍ଭେମାନେ କଅଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ?


Swiv nou:

Piblisite


Piblisite