Biblia Todo Logo
Bib sou entènèt

- Piblisite -




ପ୍ରେରିତ 14:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ତଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ଵାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।

Gade chapit la Kopi

ଓଡିଆ ବାଇବେଲ

23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ପ୍ରତ୍ୟେକ ମଣ୍ଡଳୀରେ ସେମାନେ ହସ୍ତାର୍ପଣ କରି ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କୁ ନିଯୁକ୍ତ କଲେ ଓ ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ ସ୍ଥାପନ କରିଥିଲେ, ପ୍ରାର୍ଥନା ଓ ଉପବାସ ସହିତ ସେମାନଙ୍କୁ ସେହି ପ୍ରଭୁଙ୍କ ନିକଟରେ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ

23 ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କ ପାଇଁ ପ୍ରତି ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତି ଦେଲେ। ସେମାନେ ଏହି ପ୍ରାଚୀନମାନଙ୍କ ପାଇଁ ଉପବାସ ଓ ପ୍ରାର୍ଥନା କଲେ। ଏହି ପ୍ରାଚୀନମାନେ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିଥିଲେ। ତେଣୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କୁ ପ୍ରଭୁଙ୍କ ପାଖରେ ସମର୍ପଣ କଲେ।

Gade chapit la Kopi




ପ୍ରେରିତ 14:23
28 Referans Kwoze  

ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।


ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।


ଆଉ ଅନେକ ସାକ୍ଷୀମାନଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।


ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।


ହଠାତ୍‍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।


ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।


ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ।


ମୁଁ ଯେ ପ୍ରାଚୀନ, ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।


ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,


ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ।


ପରେ ସେମାନେ ଯିରୂଶାଲମ ସହରରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ବର୍ଣ୍ଣନା କଲେ।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ଏହି କାରଣ ଯୋଗୁଁ ମୁଁ ଏହିସବୁ ମଧ୍ୟ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।


ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।


ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।


ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।”


ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି।” ଏହା କହି ସେ ପ୍ରାଣତ୍ୟାଗ କଲେ।


ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,


ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।


“ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,


କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;


କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ।”


Swiv nou:

Piblisite


Piblisite