Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ଵାସ କରୁଅଛୁ।

Gade chapit la Kopi

ଓଡିଆ ବାଇବେଲ

11 କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ନା, ଏହା ଠିକ୍ ନୁହେଁ। ସେମାନେ ଯେଉଁ ବିଶ୍ୱାସ କରି ପରିତ୍ରାଣ ପାଇଛନ୍ତି, ଆମେ ମଧ୍ୟ ଠିକ୍ ସେହିପରି ବିଶ୍ୱାସ କରି ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ୱାରା ପରିତ୍ରାଣ ପାଇଅଛୁ।”

Gade chapit la Kopi

ପବିତ୍ର ବାଇବଲ

11 ଆମ୍ଭର ବିଶ୍ୱାସ ଯେ ଆମ୍ଭେ ଓ ଏ ଲୋକମାନେ ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ୱାରା ରକ୍ଷା ପାଇଛୁ।”

Gade chapit la Kopi




ପ୍ରେରିତ 15:11
14 Referans Kwoze  

ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।


କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,


ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ବରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


ମାରାନାଥା। ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ;


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।


କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।


ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


Swiv nou:

Piblisite


Piblisite