Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ଵାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ଉଦ୍ବିଗ୍ନ କରିଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଆମ୍ଭେମାନେ ଶୁଣୁଛୁ ଯେ, ଆମ ଦଳରୁ କେତେକ ଲୋକ ତୁମ ନିକଟକୁ ଯାଇ ଯାହା କହିଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭମାନଙ୍କୁ ବିଚିତ୍ର ଓ ବିଚଳିତ କରିଛନ୍ତି। କିନ୍ତୁ ଏ ବିଷୟରେ ଆମେ ସେମାନଙ୍କୁ କୌଣସି ନିର୍ଦ୍ଦେଶ ଦେଇ ନାହୁଁ।

Gade chapit la Kopi

ପବିତ୍ର ବାଇବଲ

24 ଆମ୍ଭେ ଶୁଣିଲୁ ଯେ ଆମ୍ଭ ଭିତରୁ କେତେକ ଲୋକ ଆମ୍ଭଠାରୁ ଆଦେଶ ନ ପାଇ ତୁମ୍ଭମାନଙ୍କୁ ସେମାନଙ୍କ କଥା ଦ୍ୱାରା ଅସୁବିଧାରେ ପକାଇଛନ୍ତି ଓ ତୁମ୍ଭମାନଙ୍କୁ ବ୍ୟତିବ୍ୟସ୍ତ କରୁଛନ୍ତି।

Gade chapit la Kopi




ପ୍ରେରିତ 15:24
12 Referans Kwoze  

ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା।


ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ଡ ବହନ କରିବ।


ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।


ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।


ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ।


ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।


ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।


Swiv nou:

Piblisite


Piblisite