Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏହି ସବୁରୁ ଆପଣା ଆପଣାକୁ ଯନି ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।

Gade chapit la Kopi

ଓଡିଆ ବାଇବେଲ

29 ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ । ଆପଣମାନଙ୍କର ମଙ୍ଗଳ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ସେହି କେତୋଟି ନିୟମ ହେଲା: ପ୍ରତିମାମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଥିବା କୌଣସି ଖାଦ୍ୟ ଭୋଜନ କରିବ ନାହିଁ, ରକ୍ତ ପାନ କରିବ ନାହିଁ, ଗଳା ଚିପାଯାଇ ମରା ଯାଇଥିବା କୌଣସି ଜୀବର ମାଂସ ଭୋଜନ କରିବ ନାହିଁ ଏବଂ ଯୌନ ପାପରୁ ନିବୃତ୍ତ ହେବ। ଏହି ସବୁ କାର୍ଯ୍ୟ ନ କରିବା ପାଇଁ ସତର୍କ ରହିଲେ, ତୁମର ମଙ୍ଗଳ ହେବ। ଆମର ଶୁଭେଚ୍ଛା ଗ୍ରହଣ କର।”

Gade chapit la Kopi

ପବିତ୍ର ବାଇବଲ

29 ତୁମ୍ଭେମାନେ ମୂର୍ତ୍ତିଗୁଡ଼ିକ ନିକଟରେ ସମର୍ପିତ ଖାଦ୍ୟ ଖାଇବ ନାହିଁ। ତୁମ୍ଭେମାନେ ରକ୍ତ ଖାଇବ ନାହିଁ। ତଣ୍ଟି ଚିପି ମରାଯାଇଥିବା ପଶୁମାନଙ୍କୁ ତୁମ୍ଭେମାନେ ଖାଇବ ନାହିଁ। ତୁମ୍ଭେମାନେ ଯୌନ ପାପସବୁ କରିବ ନାହିଁ। ଯଦି ତୁମ୍ଭେମାନେ ଏସବୁ ଜିନିଷଠାରୁ ନିଜକୁ ଅଲଗା ରଖିବ, ତେବେ ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କରିବ। ବିଦାୟ।

Gade chapit la Kopi




ପ୍ରେରିତ 15:29
20 Referans Kwoze  

କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।


କିନ୍ତୁ ଯେଉଁ ଅଣଯିହୁଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ଯୌନକ୍ରିୟାଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖିଅଛୁ।


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋହର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।


କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ବୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।


କାରଣ ସବୁ ପ୍ରାଣୀର ପ୍ରାଣ ସମ୍ବନ୍ଧରେ ରକ୍ତ ହିଁ ତାହାର ପ୍ରାଣ ଅଟେ; ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ କୌଣସି ପ୍ରକାର ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ, ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତାହାର ପ୍ରାଣ; ଯେକେହି ତାହା ଭୋଜନ କରିବ, ସେ ଉଚ୍ଛିନ୍ନ ହେବ।


ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


ହଠାତ୍‍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।


ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।


କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।


ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।


ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।


ଏହି ଲୋକ ବିରୁଦ୍ଧରେ ଷଡ଼ଯନ୍ତ୍ର ହେବ ବୋଲି ମୋତେ ଖବର ଦିଆଯିବାରୁ ମୁଁ ଏହାକୁ ଅବିଳମ୍ବରେ ଆପଣଙ୍କ ନିକଟକୁ ପଠାଇଲି; ଏହାର ଅଭିଯୋଗକାରୀମାନଙ୍କୁ ମଧ୍ୟ ଆପଣଙ୍କ ସମ୍ମୁଖରେ, ଏହା ବିରୁଦ୍ଧରେ ସାକ୍ଷ୍ୟ ଦେବାକୁ ଆଦେଶ ଦେଲି।


ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।


କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।


Swiv nou:

Piblisite


Piblisite