Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ବିଶ୍ରାମବାର ଦିନରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କ ସହିତ କଥା କହିବାକୁ ଲାଗିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ବିଶ୍ରାମବାରରେ ଆମ୍ଭେମାନେ ନଗରଦ୍ଵାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କୁ କଥା କହିବାକୁ ଲାଗିଲୁ।

Gade chapit la Kopi

ଓଡିଆ ବାଇବେଲ

13 ବିଶ୍ରାମବାରରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କୁ କଥା କହିବାକୁ ଲାଗିଲୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ବିଶ୍ରାମବାର ଦିନ ନଗର ବାହାରେ ଥିବା ନଦୀ ତୀରକୁ ଗଲୁ। ଆମେ ଭାବିଥିଲୁ, ସେଠାରେ ଇହୁଦୀମାନେ ଏକତ୍ରିତ ହୋଇ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମେ ତଳେ ବସିଲୁ ଓ ସେଠାରେ ଏକତ୍ରିତ ହୋଇଥିବା ସ୍ତ୍ରୀ ଲୋକମାନଙ୍କ ସହିତ ଆଳାପ କଲୁ।

Gade chapit la Kopi

ପବିତ୍ର ବାଇବଲ

13 ବିଶ୍ରାମବାର ଦିନ ଆମ୍ଭେ ନଗରଦ୍ୱାର ବାହାରେ ନଦୀ କୂଳ ଆଡ଼େ ଗଲୁ। ଆମ୍ଭେ ଭାବିଥିଲୁ ଯେ, ସେଠାରେ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମ୍ଭେ ସେଠାରେ ବସିଲୁ ଓ ସେଠାରେ ଏକତ୍ରିତ ହୋଇଥିବା ସ୍ତ୍ରୀମାନଙ୍କ ସହିତ କଥା ହେଲୁ।

Gade chapit la Kopi




ପ୍ରେରିତ 16:13
17 Referans Kwoze  

ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।


ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,


ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।


ପୁଣି, ପ୍ରତି ବିଶ୍ରାମବାର ଦିନରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍‍ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।


ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,


ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,


ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାର ଦିନରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ।


ତହିଁ ଆରଦିନ ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।


ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ।


ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।


ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ, ପୁଣି, ଲୋକସମୂହ କୂଳରେ ଠିଆ ହୋଇ ରହିଲେ।


ପୁଣି, ଯୀଶୁ ଯେ ଈଶ୍ବରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ।


ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା।


Swiv nou:

Piblisite


Piblisite