Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ।

Gade chapit la Kopi

ଓଡିଆ ବାଇବେଲ

22 ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ମାଲିକମାନଙ୍କ କଥାରେ ଯୋଗ ଦେଇ ସେଠାରେ ଥିବା ଜନତା ପାଉଲ ଓ ଶୀଲାଙ୍କ ବିରୁଦ୍ଧରେ ଉଠିଲେ। ପାଉଲ ଓ ଶୀଲାଙ୍କର ବସ୍ତ୍ର କାଢ଼ି ସେମାନଙ୍କୁ ବେତ୍ରାଘାତ କରିବାକୁ କର୍ତ୍ତୃପକ୍ଷ ଆଦେଶ ଦେଲେ।

Gade chapit la Kopi

ପବିତ୍ର ବାଇବଲ

22 ତା'ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ଯୋଗ ଦେଲେ। ନଗରପାଳମାନେ ସେମାନଙ୍କର ଲୁଗାପଟା ଛିଣ୍ଡାଇ ଦେଲେ ଓ ସେମାନଙ୍କୁ ବେତ ଆଘାତ ଦ୍ୱାରା ଦଣ୍ଡ ଦେବା ପାଇଁ ଆଦେଶ ଦେଲେ।

Gade chapit la Kopi




ପ୍ରେରିତ 16:22
15 Referans Kwoze  

ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣ ଈଶ୍ବରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ବରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ।


ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,


ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


କିନ୍ତୁ ଗାଲ୍ଲିୟୋନ୍ ଆଖାୟା ଅଞ୍ଚଳର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,


କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।


କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ।


ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ।


ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।


ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,


ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;


Swiv nou:

Piblisite


Piblisite