Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 କିନ୍ତୁ ପାଉଲ ଉଚ୍ଚସ୍ଵରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।

Gade chapit la Kopi

ଓଡିଆ ବାଇବେଲ

28 କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 କିନ୍ତୁ ପାଉଲ ଉଚ୍ଚ ସ୍ୱରରେ କହିଲେ, “ନିଜର କୌଣସି କ୍ଷତି କର ନାହିଁ। ଆମେ ସମସ୍ତେ ଏଠାରେ ଅଛୁ!”

Gade chapit la Kopi

ପବିତ୍ର ବାଇବଲ

28 କିନ୍ତୁ ପାଉଲ ଚିତ୍କାର କରି କହିଲେ, “ଆମ୍ଭେ ସମସ୍ତେ ଏଠାରେ ଅଛୁ। ନିଜର କ୍ଷତି କର ନାହିଁ।”

Gade chapit la Kopi




ପ୍ରେରିତ 16:28
15 Referans Kwoze  

ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।


ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ତୁମ୍ଭେ ଅତି ଦୁଷ୍ଟ ହୁଅ ନାହିଁ, କିଅବା ନିର୍ବୋଧ ହୁଅ ନାହିଁ; ଆପଣା କାଳ ପୂର୍ବରେ କାହିଁକି ମରିବ?


କିନ୍ତୁ ଯୀଶୁ ଉତ୍ତର ଦେଲେ, “ଏତିକି ସହିଥାଅ;” ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ।


ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।”


ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।


ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);


ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ।


ତୁମ୍ଭେ ନରହତ୍ୟା କରିବ ନାହିଁ।


ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ।


ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,


Swiv nou:

Piblisite


Piblisite