Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତେବେ, ଆମ୍ଭେମାନେ ଈଶ୍ଵରଙ୍କର ବଂଶ ହେବାରୁ ଈଶ୍ଵରଙ୍କ ସ୍ଵରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ଵର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ଜ୍ଞାନ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

29 ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଈଶ୍ୱରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଆମେ ଈଶ୍ୱରଙ୍କର ସନ୍ତାନ ହୋଇଥିବାରୁ ମନୁଷ୍ୟର କଳାନୈପୁଣ୍ୟ ଦ୍ୱାରା ଉଦ୍ଭାବିତ ସୁବର୍ଣ୍ଣ, ରୌପ୍ୟ କିମ୍ବା ପ୍ରସ୍ତର ନିର୍ମିତ ପ୍ରତିମା ସାଦୃଶ୍ୟରେ ଈଶ୍ୱରଙ୍କ ସ୍ୱରୂପ କଳ୍ପନା କରିପାରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ

29 “ଯେହେତୁ ଆମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ ତେଣୁ ଆମ୍ଭେମାନେ ପରମେଶ୍ୱରଙ୍କୁ ମନୁଷ୍ୟର କୌଶଳ ଓ କଳ୍ପନାରେ ତିଆରି ପ୍ରତିମା ବୋଲି ଭାବିବା ନାହିଁ, ବା ସୁନା କି ରୂପା କି ପଥର ବୋଲି ମଧ୍ୟ ଭାବିବା ନାହିଁ।

Gade chapit la Kopi




ପ୍ରେରିତ 17:29
14 Referans Kwoze  

ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?


ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।


ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।


ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”


ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।


ଆଉ ହାତ ତିଆରି ଦେବତାମାନେ ଈଶ୍ବର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଏସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।


Swiv nou:

Piblisite


Piblisite