Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏହା ଉତ୍ତାରେ ପାଉଲ ଆହୁରି ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସୁରିଆକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ଵିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ବ୍ରତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ତନ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

18 ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟାକୁ ଯାତ୍ରା କଲେ । ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ଡନ କରାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ପାଉଲ କରିନ୍ଥରେ ବିଶ୍ୱାସୀମାନଙ୍କ ସହିତ ଅନେକ ଦିନ ବାସ କଲେ। ତା’ପରେ ସେମାନଙ୍କୁ ଛାଡ଼ି ପ୍ରିସ୍କିଲା ଓ ଆକ୍ୱିଲାଙ୍କ ସହିତ ସିରିଆ ଅଭିମୁଖେ ଜଳଯାତ୍ରା କଲେ। ସେଂକ୍ରିୟାରୁ ଜଳଯାତ୍ରା ଆରମ୍ଭ କରିବା ପୂର୍ବରୁ ତାଙ୍କ ଏକ ମାନତ ଅନୁଯାୟୀ ସେ ତାଙ୍କ ମସ୍ତକ ମୁଣ୍ଡନ କଲେ।

Gade chapit la Kopi

ପବିତ୍ର ବାଇବଲ

18 ପାଉଲ ସେଠାରେ ଭାଇମାନଙ୍କ ସହିତ ଅନେକ ଦିନ ରହିଲେ। ତା'ପରେ ସେ ବିଦାୟ ନେଇ ଜଳପଥରେ ସୁରିଆ ଦେଶକୁ ଗଲେ। ତାହାଙ୍କ ସହିତ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ମଧ୍ୟ ଗଲେ। ପରମେଶ୍ୱରଙ୍କ ନିକଟରେ ଏକ ଶପଥ କରିଥିବାରୁ ପାଉଲ କେଙ୍କ୍ରେୟାରେ ଲଣ୍ଡା ହେଲେ।

Gade chapit la Kopi




ପ୍ରେରିତ 18:18
17 Referans Kwoze  

ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର, ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ।


ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।


ଯେପରି ମୁଁ ଯିହୁଦୀମାନଙ୍କୁ ଲାଭ କରିପାରେ, ଏଥିପାଇଁ ଯିହୁଦୀମାନଙ୍କ ନିକଟରେ ମୁଁ ଯିହୁଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି।


କେଙ୍କ୍ରେୟା ସହରରେ ଥିବା ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଉଣୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି,


ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୁଦୀଙ୍କ ଦେଖାପାଇଲେ, ପନ୍ତ ସହରରେ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଗଲେ,


ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି।


ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,


ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।


ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ବରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ।


ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ବରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,


ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର। ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି;


Swiv nou:

Piblisite


Piblisite