Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପରେ ସେମାନେ ଏଫିସକୁ ଆସିଲେ, ପୁଣି ସେ ସେସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।

Gade chapit la Kopi

ଓଡିଆ ବାଇବେଲ

19 ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୂଦୀମାନଙ୍କୁ ଉପଦେଶ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସେମାନେ ଏଫିସସ୍ରେ ପହଞ୍ଚିବା ପରେ ପାଉଲ ପ୍ରିସ୍କିଲା ଓ ଆକ୍ୱିଲାଙ୍କୁ ବିଦାୟ ଦେଲେ। ସେ ସେଠାରେ ସମାଜ ଗୃହକୁ ଯାଇ ଇହୁଦୀମାନଙ୍କ ସହିତ ଧର୍ମାଲୋଚନା କଲେ।

Gade chapit la Kopi

ପବିତ୍ର ବାଇବଲ

19 ତା'ପରେ ସେମାନେ ଏଫିସ ନଗରରେ ପହଞ୍ଚିଲେ। ସେଠାରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ୱିଲାଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ।

Gade chapit la Kopi




ପ୍ରେରିତ 18:19
21 Referans Kwoze  

ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ, ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ।


ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି


ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି।


କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;


ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”


କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।


ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।


ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକଜାଣ୍ଡ୍ରୀୟ ସହରରେ ଥିଲା; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।


ପୁଣି, ପ୍ରତି ବିଶ୍ରାମବାର ଦିନରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍‍ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।


“ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,


“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍‍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”


ତୁଖିକଙ୍କୁ ମୁଁ ଏଫିସକୁ ପଠାଇଅଛି।


ଆଉ ହାତ ତିଆରି ଦେବତାମାନେ ଈଶ୍ବର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଏସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।


ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।


ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।


ପୁଣି, ସେମାନେ ତାହାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ ସେ ଏକମତ ହେଲେ ନାହିଁ,


ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।


ପରେ ନଗର-ବେବର୍ତ୍ତା ଲୋକସମୂହକୁ ଶାନ୍ତ କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ?


ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।


କାରଣ ପୂର୍ବେ ସେମାନେ ନଗର ମଧ୍ୟରେ ପାଉଲଙ୍କ ସାଙ୍ଗରେ ଏଫିସବାସୀ ତ୍ରଫିମଙ୍କୁ ଦେଖିଥିଲେ, ଆଉ ପାଉଲ ହିଁ ତାହାଙ୍କୁ ମନ୍ଦିର ଭିତରକୁ ଆଣିଥିବେ ବୋଲି ଅନୁମାନ କରୁଥିଲେ।


Swiv nou:

Piblisite


Piblisite