Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ଵରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।

Gade chapit la Kopi

ଓଡିଆ ବାଇବେଲ

21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ୱରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ବିଦାୟ ନେବା ସମୟରେ ସେ ସେମାନଙ୍କୁ କହିଲେ, “ଯଦି ଈଶ୍ୱରଙ୍କର ଇଚ୍ଛା ଥାଏ, ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।” ତା’ପରେ ସେ ଜାହାଜ ଯୋଗେ ଏଫିସସ୍ ଛାଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

21 ସେ ଗଲାବେଳେ କହିଲେ, “ଯଦି ପରମେଶ୍ୱର ଗ୍ଭହାନ୍ତି, ତେବେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି।” ତା'ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ।

Gade chapit la Kopi




ପ୍ରେରିତ 18:21
28 Referans Kwoze  

କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!


ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।


ହଁ, ଈଶ୍ବରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା।


ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ।


ଏଥିନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ବରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି।


କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।


କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।


ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।


କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି।


ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ।


ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।


ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।


ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।


ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, “ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ଦୁଃଖର ପାତ୍ର ମୋʼଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”


ଆବୀବ୍‍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍‍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରିକାଳରେ ମିସରରୁ ବାହାର କରି ଆଣିଲେ।


ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।


ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।


ପୁଣି, ସେମାନେ ତାହାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ ସେ ଏକମତ ହେଲେ ନାହିଁ,


ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକଜାଣ୍ଡ୍ରୀୟ ସହରରେ ଥିଲା; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।


ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।


ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।


କାରଣ ପୂର୍ବେ ସେମାନେ ନଗର ମଧ୍ୟରେ ପାଉଲଙ୍କ ସାଙ୍ଗରେ ଏଫିସବାସୀ ତ୍ରଫିମଙ୍କୁ ଦେଖିଥିଲେ, ଆଉ ପାଉଲ ହିଁ ତାହାଙ୍କୁ ମନ୍ଦିର ଭିତରକୁ ଆଣିଥିବେ ବୋଲି ଅନୁମାନ କରୁଥିଲେ।


ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”


କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;


ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି।


“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍‍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”


“ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,


Swiv nou:

Piblisite


Piblisite