Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳଗୁଡ଼ିକ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେ ସ୍ଥାନରେ କେତେକ ସମୟ ଯାପନ କଲା ଉତ୍ତାରେ ସେ ପ୍ରସ୍ଥାନ କଲେ, ପୁଣି କ୍ରମାନ୍ଵୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

23 ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟସମସ୍ତଙ୍କୁ ସୁସ୍ଥିର କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ସେଠାରେ କିଛିଦିନ କଟାଇବା ପରେ ସେ ପୁଣି ଯାତ୍ରା କରି ଗାଲାତୀୟ ଓ ଫ୍ରିଜିୟା ଅଞ୍ଚଳ ମଧ୍ୟ ଦେଇ ଗଲେ ଓ ବାଟରେ ବିଶ୍ୱାସୀମାନଙ୍କୁ ସେମାନଙ୍କ ବିଶ୍ୱାସରେ ଦୃଢ଼ ହେବା ପାଇଁ ଉତ୍ସାହିତ କଲେ।

Gade chapit la Kopi

ପବିତ୍ର ବାଇବଲ

23 ସେଠାରେ ପାଉଲ କିଛିଦିନ ରହିଲେ। ତା'ପରେ ସେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳକୁ ଗ୍ଭଲିଗଲେ। ସେଠାରେ ସେ ସହରରୁ ସହର ବୁଲି ଯୀଶୁଙ୍କର ସମସ୍ତ ଶିଷ୍ୟମାନଙ୍କୁ ବଳବାନ୍ କଲେ।

Gade chapit la Kopi




ପ୍ରେରିତ 18:23
22 Referans Kwoze  

ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,


ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।


ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।


ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ବରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ।


ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର।


ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।


ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,


ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ଅଞ୍ଚଳରେ ଥିବା ମଣ୍ଡଳୀ-ସମୂହକୁ ପତ୍ର;


ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ।


ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ।


କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”


ପୁଣି, ମାଦୀୟ ଦାରୀୟାବସର ଅଧିକାରର ପ୍ରଥମ ବର୍ଷରେ ଆମ୍ଭେ ତାହାକୁ ସୁସ୍ଥିର ଓ ସବଳ କରିବା ପାଇଁ ଠିଆ ହେଲୁ।


ପୁଣି, ସ୍ଵେଚ୍ଛାଦତ୍ତ ଦ୍ରବ୍ୟ ଛଡ଼ା ସେମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକ ସମସ୍ତେ ରୌପ୍ୟମୟ ପାତ୍ର, ସ୍ୱର୍ଣ୍ଣ, ନାନା ଦ୍ରବ୍ୟ ଓ ପଶୁ ଓ ବହୁମୂଲ୍ୟ ଦ୍ରବ୍ୟ ଦେଇ ସେମାନଙ୍କର ହସ୍ତ ସବଳ କଲେ।


ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।”


ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,


ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ,


ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।


ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।


Swiv nou:

Piblisite


Piblisite