Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକଜାଣ୍ଡ୍ରୀୟ ସହରରେ ଥିଲା; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ତ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।

Gade chapit la Kopi

ଓଡିଆ ବାଇବେଲ

24 ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍‌ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ସେହି ସମୟରେ ଆଲେକ୍ଜାଣ୍ଡ୍ରିଆରେ ଜନ୍ମ ଗ୍ରହଣ କରିଥିବା ଆପୋଲ୍ଲୋ ନାମରେ ଜଣେ ଇହୁଦୀ ଏଫିସସ୍କୁ ଆସିଲେ। ସେ ଜଣେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ତାଙ୍କର ଗଭୀର ଜ୍ଞାନ ଥିଲା।

Gade chapit la Kopi

ପବିତ୍ର ବାଇବଲ

24 ଆପଲ୍ଲ ନାମକ ଜଣେ ଯିହୂଦୀୟ ସେଠାରେ ଥିଲେ। ତାହାଙ୍କର ଜନ୍ମସ୍ଥାନ ଆଲେ‌କ୍‌ଜାଣ୍ଡ୍ରିୟା। ସେ ଏଫିସ ନଗରକୁ ଆସିଲେ। ସେ ଜଣେ ଅତି ଭଲ ବକ୍ତାଥିଲେ। ଧର୍ମଶାସ୍ତ୍ରରେ ତାହାଙ୍କର ବହୁତ ଭଲ ଜ୍ଞାନ ଥିଲା।

Gade chapit la Kopi




ପ୍ରେରିତ 18:24
22 Referans Kwoze  

ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।


କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।


ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।


କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।


କାରଣ କେତେକେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।


ସେଠାରେ ଶତ-ସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ।


ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ।


ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,


ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।”


ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।


“ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,


ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ। ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”


କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୁଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ।


ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।


ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।


ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।


Swiv nou:

Piblisite


Piblisite