Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଈଶ୍ବର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ଈଶ୍ଵର ପାଉଲଙ୍କ ହସ୍ତ ଦ୍ଵାରା ଅସାମାନ୍ୟ ଶକ୍ତିର କାର୍ଯ୍ୟ ସାଧନ କରୁଥିଲେ,

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଈଶ୍ୱର ପାଉଲଙ୍କ ହସ୍ତ ଦ୍ୱାରା ଅସାମାନ୍ୟ ଅଦ୍ଭୁତ କାର୍ଯ୍ୟ ସାଧନ କରୁଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଈଶ୍ୱର ପାଉଲଙ୍କ ଦ୍ୱାରା ଅସାଧାରଣ ଆଶ୍ଚର୍ଯ୍ୟ କର୍ମସବୁ ସାଧନ କଲେ।

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର ପାଉଲଙ୍କ ମାଧ୍ୟମରେ ଅତି ଅସାଧାରଣ କାର୍ଯ୍ୟମାନ କରୁଥିଲେ।

Gade chapit la Kopi




ପ୍ରେରିତ 19:11
10 Referans Kwoze  

ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,


ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା।


ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା।


ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?


ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।


ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।


Swiv nou:

Piblisite


Piblisite