Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ଭ୍ରମଣକାରୀ ଯିହୁଦୀ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ଭ୍ରମଣକାରୀ ଯିହୁଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣ ମଧ୍ୟ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କର ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ରାଣ ଦେଉଅଛି।

Gade chapit la Kopi

ଓଡିଆ ବାଇବେଲ

13 କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 କେତେକ ଭ୍ରମଣକାରୀ ଇହୁଦୀ ଭୁତୁଡ଼ିଆ ମଧ୍ୟ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରି ଭୂତ ଛଡ଼ାଇବାକୁ ଚେଷ୍ଟା କଲେ। ସେମାନେ ପ୍ରେତାତ୍ମାମାନଙ୍କୁ କହୁଥିଲେ, “ପାଉଲ ପ୍ରଚାର କରୁଥିବା ଯୀଶୁଙ୍କ ନାମରେ ମୁଁ ତୋତେ ଆଦେଶ ଦେଉଛି।”

Gade chapit la Kopi

ପବିତ୍ର ବାଇବଲ

13 ଭୂତାତ୍ମାକୁ ଦୂର କରିବା ପାଇଁ ଏଣେତେଣେ ବୁଲୁଥିବା କେତେକ ଯିହୂଦୀୟମାନେ ମଧ୍ୟ ଭୂତାତ୍ମାକୁ ଛଡ଼ାଇବା ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମକୁ ବ୍ୟବହାର କରିବା ପାଇଁ ଚେଷ୍ଟା କଲେ। ସେମାନେ କହିଲେ, “ଯେଉଁ ଯୀଶୁଙ୍କୁ ପାଉଲ ପ୍ରଗ୍ଭର କରୁଛନ୍ତି ମୁଁ ତୁମ୍ଭକୁ ତାହାଙ୍କ ନାମରେ ଆଦେଶ ଦେଉଛି।”

Gade chapit la Kopi




ପ୍ରେରିତ 19:13
15 Referans Kwoze  

ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।


ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ।


କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।


ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ।


ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।


କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ?


ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”


ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।


ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; “ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”


ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”


ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”


ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ।


ପୁଣି, ସ୍କେବା ନାମକ ଜଣେ ଯିହୁଦୀ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ।


କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ।


Swiv nou:

Piblisite


Piblisite