Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏହି କଥା ଏଫିସ ନିବାସୀ ଯିଦୁଦୀ ଓ ଗ୍ରୀକ୍ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ଵିତ ହେବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

17 ଏହି କଥା ଏଫିସ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଜାଣିଲେ । ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଏଫିସସ୍ ନିବାସୀ ଇହୁଦୀ ଓ ଅଣଇହୁଦୀମାନେ ଏ ବିଷୟ ଶୁଣି ଭୟଭୀତ ହେଲେ ଓ ସେଠାରେ ପ୍ରଭୁ ଯୀଶୁଙ୍କ ନାମ ଆହୁରି ଅଧିକଭାବେ ସମ୍ମାନିତ ହେଲା।

Gade chapit la Kopi

ପବିତ୍ର ବାଇବଲ

17 ଏ କଥା ଏଫିସ ନଗରର ସମସ୍ତ ଯିହୂଦୀୟ ଓ ଗ୍ରୀ‌କ୍‌‌ମାନେ ଜାଣି ଭୟ କଲେ। ଏହା ଦ୍ୱାରା ପ୍ରଭୁ ଯୀଶୁଙ୍କର ନାମ ଅଧିକ ଗୌରବାନ୍ୱିତ ହେଲା।

Gade chapit la Kopi




ପ୍ରେରିତ 19:17
22 Referans Kwoze  

ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।


ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେଉଁରୂପେ ବ୍ୟାପିଅଛି, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ,


ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।


ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।


ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହିସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ।


ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।


ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।


କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହିହେଲେ ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,


ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା।


ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ବର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି।


ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ,


ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।


ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କିପ୍ରକାରେ ମୋʼ ନିକଟକୁ ଆସିବ?”


ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, “ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ?”


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।


ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।


ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।


ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,


Swiv nou:

Piblisite


Piblisite