Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ବିଶ୍ଵାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ଵୀକାର ଓ ପ୍ରକାଶ କରିବାକୁ ଲାଗିଲେ,

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ନିଜର ସମସ୍ତ ଦୁଷ୍କର୍ମ ପ୍ରକାଶ୍ୟରେ ସ୍ୱୀକାର କଲେ।

Gade chapit la Kopi

ପବିତ୍ର ବାଇବଲ

18 ସେମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ୱାସ କରୁଥିଲେ, ସେହି ଲୋକମାନେ ଆସି ସମସ୍ତଙ୍କ ସାକ୍ଷାତରେ ନିଜର କୁକର୍ମ ସବୁ ସ୍ୱୀକାର କଲେ।

Gade chapit la Kopi




ପ୍ରେରିତ 19:18
14 Referans Kwoze  

କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।


ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।


ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]


ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।


ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ।


ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;


ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହାସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇଦେବ।


ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।


ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ରୂପା ମୁଦ୍ରା ବୋଲି ଦେଖିଲେ।


ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।


Swiv nou:

Piblisite


Piblisite