Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ହାତ ତିଆରି ଦେବତାମାନେ ଈଶ୍ବର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଏସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ, ହସ୍ତନିର୍ମିତ ଦେବତାମାନେ ଈଶ୍ଵର ନୁହନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

26 ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ବର୍ତ୍ତମାନ ଏହି ଲୋକ ପାଉଲ କ’ଣ କରୁଛି; ତାହା ତୁମ୍ଭେମାନେ ନିଜେ ଦେଖିପାରୁଛ ଓ ଶୁଣି ପାରୁଛ ଓ ଶୁଣିପାରୁଛ। ସେ କହୁଛି, ମଣିଷ ହାତ ତିଆରି ଦେବତା ସବୁ ଆଦୌ ଦେବତା ନୁହଁନ୍ତି, ଆଉ ସେ ଏଠାରେ ଏଫିସସ୍ ଓ ପ୍ରାୟ ସମସ୍ତ ଏସିଆ ଦେଶରେ ଅନେକ ଲୋକଙ୍କୁ ଏହି ବିଷୟରେ ମତାଉଛି।

Gade chapit la Kopi

ପବିତ୍ର ବାଇବଲ

26 ତୁମ୍ଭେମାନେ ଦେଖୁଛ ଓ ଶୁଣୁଛ ଯେ, ଏହି ପାଉଲ କେବଳ ଏଫିସ ନଗରରେ ନୁହେଁ, ପୁରା ଏସିଆରେ ଲୋକମାନଙ୍କୁ ମତେଇ ପ୍ରଭାବିତ କରୁଛି। ସେ କହୁଛି ଯେ, ମନୁଷ୍ୟର ହାତ ତିଆରି ଦେବତାମାନେ ପ୍ରକୃତ ଦେବତା ନୁହନ୍ତି।

Gade chapit la Kopi




ପ୍ରେରିତ 19:26
23 Referans Kwoze  

ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ।


ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।


ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍‍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,


ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଏସିଆ-ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।


ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ,


ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ବରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ବର ନୁହଁନ୍ତି, ସେମାନଙ୍କର ଦାସ ଥିଲ;


ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୁଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ।


ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, “ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।”


ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।


କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ପରମେଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।


ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।


ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;


Swiv nou:

Piblisite


Piblisite