Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ଵରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ଵାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତା’ପରେ ପାଉଲ ତିନି ମାସ ପର୍ଯ୍ୟନ୍ତ ସମାଜ ଗୃହରେ ନିର୍ଭୀକ ଭାବରେ ଆଲୋଚନା କରି ଈଶ୍ୱରଙ୍କ ରାଜ୍ୟ ବିଷୟରେ ସେମାନଙ୍କ ମନରେ ବିଶ୍ୱାସ ଜନ୍ମାଇବା ପାଇଁ ଚେଷ୍ଟା କଲେ।

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ପାଉଲ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସର ସହିତ ଯିହୂଦୀମାନଙ୍କ ସହିତ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହିଲେ। ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହି ସେମାନଙ୍କୁ ଗ୍ରହଣ କରିବା ପାଇଁ ରାଜି କରାଇଲେ।

Gade chapit la Kopi




ପ୍ରେରିତ 19:8
17 Referans Kwoze  

ଯୀଶୁ ଆପଣା ଦୁଃଖଭୋଗ ଉତ୍ତାରେ ମଧ୍ୟ ଅନେକ ପ୍ରମାଣ ଦ୍ୱାରା ପ୍ରେରିତମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟଗୁଡ଼ିକ କହିଲେ।


ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାହାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି।


କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ।


ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।


ପୁଣି, ପ୍ରତି ବିଶ୍ରାମବାର ଦିନରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍‍ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।


ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ।


ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ପାଉଲ ଓ ବର୍ଣ୍ଣବ୍ବା ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ।


ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୁଦୀମାନଙ୍କ ନିକଟକୁ ଯାଉଅଛୁ,


ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।


ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ବରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ।


ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ।


ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଏସିଆ-ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।


ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।


Swiv nou:

Piblisite


Piblisite